୩ ଜଣ ଚାକିରୀରୁ ବରଖାସ୍ତ, ସ୍ଥାୟୀ ଭାବେ ୬ ଜଣଙ୍କ ପେନ୍ସନ ବନ୍ଦ
ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୯ ଜଣ ଅଧିକାରୀଙ୍କ ଉପରେ କାର୍ୟ୍ୟାନୁଷ୍ଠାନ । ୩ ଜଣ ଚାକିରୀରୁ ବରଖାସ୍ତ,୬ ଜଣଙ୍କ ପେନ୍ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲାRWSS Division-II ର ପୂର୍ବତନ କାର୍ୟ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ବାଳଙ୍କ ପେନ୍ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି। ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି।ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକଙ୍କୁ ଚାକୀରିରୁ ବହିଷ୍କୃତ କରାଯାଇଛି।ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।ବରଗଡ ଜିଲ୍ଲା ସୋହେଲା RWSSର ପୂର୍ବତନ ଜୁନିଅର ଇଂଜିନିୟର ଉପେନ୍ଦ୍ରଭଂଜ ନାୟକଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରୀରୁ ବହିଷ୍କୃତ କରାଯାଇଛି।ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ସୁଶିଲ କୁମାର ମେହେରଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି।ମୟୁରଭଂଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ ଊଗଝଘ ସୁପରିନ୍ଟେଣ୍ଡେଟ ଡଃ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ପାଉଥିବା ପେନ୍ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
Powered by Froala Editor