ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଆରମ୍ଭ : ପ୍ରତି ପଞ୍ଚାୟତକୁ ୫୦ଲକ୍ଷ ଅନୁଦାନ
ରାଜ୍ୟ କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ପଞ୍ଚାୟତିରାଜ ବିଭାଗରେ ନୂଆ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଆମା ଗାଁ ଆମ ବିକାଶର ନିର୍ଦ୍ଦେଶନାମାକୁ ସଂଶୋଧନ କରି ରାଜ୍ୟ ସରକାର ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଆରମ୍ଭ କରିଛନ୍ତି । ଉକ୍ତ ଯୋଜନା ଅଧିନରେ ଆର୍ଥିକ ବର୍ଷ ୨୦୨୩ -୨୪ ପାଇଁ ଟଙ୍କା ୪ହଜାର କୋଟି ବ୍ୟୟବରାଦ କରାଯାଇଛି । ପ୍ରତ୍ୟେକ ଗ୍ରାମପଞ୍ଚାୟତ ପାଇଁ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ ପାଇପାରିବେ।
ସେପଟେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ପାଇଁ ମାଗଣା ଜମି ପ୍ରଦାନକୁ ଅନୁମୋଦନ ମିଳିଛି । ବିଶ୍ବବିଦ୍ୟାଳୟକୁ ମିଳିବ ୮ ଦଶମିକ ୬୯୩ ଏକର ଜମି । ଲମତାପୁଟ ଡିଗ୍ରୀ କଲେଜକୁ ମିଳିବ ୫ଏକର ଜମି । ଏଥିପାଇଁ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ସେହିପରି ଅଷ୍ଟମ ଅନୁଚ୍ଛେଦରେ କୁଇ ଭାଷାକୁ ସାମିଲ କରିବା ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିବ ରାଜ୍ୟ । ଏହା କୁଇ ଭାଷା ସଂରକ୍ଷଣ, ବିକାଶ ଓ ପ୍ରସାରଣ ସହ ଗବେଷଣା ଓ ଅଧ୍ୟୟନ ନିମନ୍ତେ ବ୍ୟାପକ କ୍ଷେତ୍ର ପ୍ରସ୍ତୁତି ହେବ । ଏହି ନିଷ୍ପତ୍ତିରେ ୭ ଲକ୍ଷରୁ ଅଧିକ କୁଇ ଭାଷାଭାଷୀ ଜନଜାତି ଉପକୃତ ହେବେ ।
ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ମାଧ୍ୟମରେ ଓଡ଼ିଶାର ଐତିହ୍ୟ ଏବଂ ସାଂସ୍କୃତିକ ଭିତ୍ତିଭୂମି ବିକାଶ, ପ୍ରାଥମିକ ଶିକ୍ଷା ଉନ୍ନତିକରଣ, ମହିଳା, ଯୁବକ ସଶକ୍ତିକରଣ ହାସଲ କରିବା ନିମନ୍ତେ ଭିତ୍ତିଭୂମିର ବିକାଶ, ଯୁବକମାନଙ୍କ ପାଇଁ କ୍ରୀଡା ସୁବିଧା, ବ୍ୟାଙ୍କିଙ୍ଗ ସେବା ତଥା ଡିଜିଟାଲ ସେବା ନିମନ୍ତେ ଆବଶ୍ୟକୀୟ ଭିତ୍ତିଭୂମିର ଉନ୍ନତିକରଣ ଇତ୍ୟାଦି ପ୍ରସ୍ତାବ ଗ୍ରହଣ କରାଯିବ ।
Powered by Froala Editor