୧୭ରୁ ବଢ଼ିବ ବର୍ଷାର ବିସ୍ତୃତି, ୧୯ରେ ଲଘୁଚାପ
ଭୁବନେଶ୍ୱର: ୧୫ ଓ ୧୬ ତାରିଖ ଦୁଇ ଦିନ ରାଜ୍ୟର କାଁ ଭାଁ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୭ରୁ ବର୍ଷାର ବିସ୍ତୃତି ବଢ଼ିବ । ୧୯ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ହେବାର ସମ୍ଭାବନା ଅଛି । ଏହା ପରେ ଅବପାତ ରୂପ ନେବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା କରାଇବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ।
ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ବୌଦ୍ଧର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
ରବିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁରର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୭ରୁ ବର୍ଷା ବଢ଼ିବ । ୧୮ରୁ ବିସ୍ତୃତ ଅଞ୍ଚଳରେ ଭାରୀ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) କହିଛି ।
Powered by Froala Editor