ରାଜ୍ୟରେ ୨୪ ଘଣ୍ଟାରେ ୮୩୧୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୬୫୮ଟି ହେଉଛି ଲୋକାଲ୍ କେସ୍। ସେହିପରି ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୭୪ ଜଣ ଥିବା ବେଳେ କଟକରୁ ୫୯୩, ମୟୂରଭଞ୍ଜରୁ ୫୩୨ ଓ ଅନୁଗୋଳ ଜିଲ୍ଲାରୁ ୫୦୫ ଜଣ ଚିହ୍ନଟ ହୋଇଛନ୍ତି।
Powered by Froala Editor