ଦେଶରେ କରୋନା ନେଲା ପୁଣି ୩୧୨୮ ଜୀବନ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆକ୍ରାନ୍ତଙ୍କ ସଂଖ୍ୟା ସହ ତାଳ ଦେଇ ମୃତକଙ୍କ ସଂଖ୍ୟା ବି ବଢିଚାଲିଛି ।
ଏହାରି ଭିତରେ ଦେଶରେ ଦିନକରେ ଆଉ ୧ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୦,୪୭,୫୩୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୧୨୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୦୨୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୬,୯୨,୩୪୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୦,୨୬,୦୯୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୧,୩୧,୫୪,୧୨୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Powered by Froala Editor