Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

2023-07-20 03:42:59
13829
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ରାଜ୍ୟର ୮ଟି ଜିଲ୍ଲାରେ ୮ଟି Extra High Voltage Grid Substation  ଲୋକାର୍ପିତ କରିଛନ୍ତି । ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର, ସୁନ୍ଦରଗଡର କୁମାରମୁଣ୍ଡା, ସମ୍ବଲପୁରର ବାମରା, ବରଗଡର ଭଟଲି ଏବଂ ଭଦ୍ରକ । ଏହିସବୁ ଗ୍ରୀଡ ସବ୍‌ଷ୍ଟେସନ ପାଇଁ ରାଜ୍ୟ ସରକାର ୬୫୦ କୋଟି ଟଙ୍କା ବିନିଯୋଗ କରିଛନ୍ତି ଏବଂ ଏହାଦ୍ବାରା ରାଜ୍ୟର ୨ ଲକ୍ଷ ୨୦ ହଜାର ଉପଭୋକ୍ତା ଉପକୃତ ହେବେ।


    ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ଜନସାଧାରଣ ଗୁଣାତ୍ମକ ଓ ନିରନ୍ତର ବିଜୁଳି ପାଇପାରିବେ । ସମସ୍ତଙ୍କ ପାଇଁ ବିଜୁଳିର ଲକ୍ଷ୍ୟ ହାସଲ ଦିଗରେ ମଧ୍ୟ ଏହା ଏକ ବଡ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ରାଜ୍ୟରେ ୧୬,୩୦୦ ସର୍କିଟ କିଲୋମିଟର ଦୀର୍ଘ ବିଦ୍ୟୁତ ସରବରାହ ନେଟ୍‌ୱାର୍କ ରହିଛି ଏବଂ ୧୯୩ଟି Extra High Voltage ଗ୍ରୀଡ୍ ସବ୍‌ଷ୍ଟେସନ ମଧ୍ୟ ନିର୍ମାଣ କରାଯାଇଛି।  ରାଜ୍ୟର ସହରାଞ୍ଚଳର ୯୯ ପ୍ରତିଶତ ଓ ଗ୍ରାମାଞ୍ଚଳର ୯୭ ପ୍ରତିଶତର ଲୋକଙ୍କୁ ବର୍ତ୍ତମାନ ବିଜୁଳିର ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।


    ନୀତି ଆୟୋଗର ରିପୋର୍ଟକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ କହିଲେ ଯେ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟର ୬୦ ଲକ୍ଷରୁ ଅଧିକ ଲୋକ ଗରିବୀରୁ ଉପରକୁ ଉଠିଛନ୍ତି । ଏଥିରେ ଗୁଣାତ୍ମକ ବିଦ୍ୟୁତର ଏକ ବଡ ଭୂମିକା ରହିଛି ବୋଲି ସେ ମତ ଦେଇଥିଲେ ।


    ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଆଧୁନିକ ଅର୍ଥନୀତିର ମୁଖ୍ୟ ଆଧାର ହେଉଛି ବିଜୁଳି । ଲୋକଙ୍କ ଜୀବନଧାରଣର ମାନରେ ଉନ୍ନତି ପାଇଁ ବିଜୁଳି ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ନିରନ୍ତର ବିଜୁଳି ଯୋଗାଇବା ସରକାରଙ୍କ ଏକ ମୁଖ୍ୟ ଲକ୍ଷ୍ୟ ଓ ଏଥିପାଇଁ ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ ।


    ଏହି ଅବସରରେ ଓଡିଶା ପାୱାର ଜେନେରେସନ କର୍ପୋରେସନ ପକ୍ଷରୁ ୧୦୩.୩୭ କୋଟି ଟଙ୍କା ଏବଂ OPTCL ପକ୍ଷରୁ ୪୨ କୋଟି ଟଙ୍କା ରାଜ୍ୟ ସରକାରଙ୍କ ଅନ୍ତରୀଣ ଲାଭାଂଶ ବାବଦରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରଦାନ କରାଯାଇଥିଲା । ଏହାସହିତ OPGC  ପକ୍ଷରୁ  ୨ କୋଟି ଓ OPTCL ପକ୍ଷରୁ ୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଥିଲା ।



    ଏଥିରେ ଖୁସିବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଦୁଇଟି public sector unit ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ଶିଳ୍ପାନୁଷ୍ଠାନ ଭାବରେ ପରିଣତ ହେବା ଖୁସିର କଥା । ଆଗାମୀ ଦିନରେ ଏହି ଦୁଇ ଅନୁଷ୍ଠାନ ଆହୁରି ସଫଳତା ହାସଲ କରିବେ ବୋଲି ସେ ଆଶାପ୍ରକାଶ କରିଥିଲେ ।


    ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଥିଲେ ଯେ ଏହାଦ୍ବାରା ଶିଳ୍ପ, କୃଷି, ଶିକ୍ଷା ଆଦି କ୍ଷେତ୍ରରେ ବିକାଶ ତ୍ବରାନ୍ବିତ ହେବା ସହିତ  ଲୋକଙ୍କୁ ଗୁଣାତ୍ମକ ବିଜୁଳି ମିଳିପାରିବ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୬୩ଟି ଗ୍ରୀଡ ସବ୍‌ଷ୍ଟେସନ ନିର୍ମାଣ କରାଯାଇଥିବା ବେଳେ, ଆଉ ୧୦୦ଟି ନିର୍ମାଣାଧୀନ ଅଛି ବୋଲି ସେ କହିଥିଲେ । 


    ଏହି ଅବସରରେ ମେରାମୁଣ୍ଡଳିରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, କଣ୍ଟାବାଡରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କୁମାରମୁଣ୍ଡାରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ବୋରିଗୁମାରେ ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ, ଲଖନପୁରରେ ବିଧାୟିକା ଶ୍ରୀମତୀ ଅଳକା ମହାନ୍ତି, ବାମରାରେ କୁଚିଣ୍ଡା ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ ଏବଂ ଭଟଲିରେ ବିଧାୟକ ଶ୍ରୀ ସୁଷାନ୍ତ ସିଂହ ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ଏହି ସବ୍‌ଷ୍ଟେସନ ଦ୍ବାରା ସ୍ଥାନୀୟ ଅଞ୍ଚଳରେ ଲୋ-ଭୋଲଟେଜ ସମସ୍ୟା ଦୂର ହେବା ସହିତ ସାଧାରଣ ଲୋକଙ୍କ ଜୀବନଯାପନ ଆହୁରି ସହଜ ହେବ ବୋଲି ସେମାନେ କହିଥିଲେ ।


    ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।


    ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ OPTCLର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13600
    Oct 22, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14981
    Oct 22, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15396
    Oct 23, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15043
    Oct 23, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13553
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14349
    Oct 23, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15370
    Oct 22, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13599
    Oct 23, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14153
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15370
    Oct 22, 2026
  • ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14353
    Oct 22, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13599
    Oct 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17906
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15043
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15396
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15029
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15493
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14824
    Oct 06, 2026

ବାଣିଜ୍ୟ

ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର : ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବା ସମ୍ପ୍ରସାରଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ରାୟଗଡ଼ାସ୍ଥିତ ଏଲ୍. ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14981
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14325
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14608
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14638
    Oct 15, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14353
    Oct 22, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13599
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15396
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In