Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

  • ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ...

  • ପୃଥ୍ୱୀ ଶ’ଙ୍କ ସହ ସମ୍ପର୍କ ଭାଙ୍ଗିଲେ ...

  • ଦ୍ଵିତୀୟଥର କନ୍ୟାରତ୍ନର ମାତା-ପିତା ହେଲେ ...

  • ୬୨ ପ୍ରତିଶତ ଜେନ୍-ଜି ଅବସର ପାଇଁ ନିବେଶ ...

  • ୮% ମହଙ୍ଗା ଭତ୍ତା ବଢ଼ାଇଲେ ଭଗୱନ୍ତ ମାନ ...

  • ଓସ୍କାର ୨୦୨୭ ପାଇଁ ଭାରତରୁ ‘ଗୋନ୍ଧଳ’ ...

  • ୨ କୋଟି ୯୦ ଲକ୍ଷ ଟଙ୍କାର ନୋଟ୍‌ରେ ଗଣେଶ ...

  • ନକଲି ଘିଅରେ ତିରୁପତି ଲଡୁ ତିଆରି

  • ସ୍କୁଲ ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ୍ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

2023-07-20 03:42:59
13804
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ରାଜ୍ୟର ୮ଟି ଜିଲ୍ଲାରେ ୮ଟି Extra High Voltage Grid Substation  ଲୋକାର୍ପିତ କରିଛନ୍ତି । ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର, ସୁନ୍ଦରଗଡର କୁମାରମୁଣ୍ଡା, ସମ୍ବଲପୁରର ବାମରା, ବରଗଡର ଭଟଲି ଏବଂ ଭଦ୍ରକ । ଏହିସବୁ ଗ୍ରୀଡ ସବ୍‌ଷ୍ଟେସନ ପାଇଁ ରାଜ୍ୟ ସରକାର ୬୫୦ କୋଟି ଟଙ୍କା ବିନିଯୋଗ କରିଛନ୍ତି ଏବଂ ଏହାଦ୍ବାରା ରାଜ୍ୟର ୨ ଲକ୍ଷ ୨୦ ହଜାର ଉପଭୋକ୍ତା ଉପକୃତ ହେବେ।


    ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ଜନସାଧାରଣ ଗୁଣାତ୍ମକ ଓ ନିରନ୍ତର ବିଜୁଳି ପାଇପାରିବେ । ସମସ୍ତଙ୍କ ପାଇଁ ବିଜୁଳିର ଲକ୍ଷ୍ୟ ହାସଲ ଦିଗରେ ମଧ୍ୟ ଏହା ଏକ ବଡ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ରାଜ୍ୟରେ ୧୬,୩୦୦ ସର୍କିଟ କିଲୋମିଟର ଦୀର୍ଘ ବିଦ୍ୟୁତ ସରବରାହ ନେଟ୍‌ୱାର୍କ ରହିଛି ଏବଂ ୧୯୩ଟି Extra High Voltage ଗ୍ରୀଡ୍ ସବ୍‌ଷ୍ଟେସନ ମଧ୍ୟ ନିର୍ମାଣ କରାଯାଇଛି।  ରାଜ୍ୟର ସହରାଞ୍ଚଳର ୯୯ ପ୍ରତିଶତ ଓ ଗ୍ରାମାଞ୍ଚଳର ୯୭ ପ୍ରତିଶତର ଲୋକଙ୍କୁ ବର୍ତ୍ତମାନ ବିଜୁଳିର ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।


    ନୀତି ଆୟୋଗର ରିପୋର୍ଟକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ କହିଲେ ଯେ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟର ୬୦ ଲକ୍ଷରୁ ଅଧିକ ଲୋକ ଗରିବୀରୁ ଉପରକୁ ଉଠିଛନ୍ତି । ଏଥିରେ ଗୁଣାତ୍ମକ ବିଦ୍ୟୁତର ଏକ ବଡ ଭୂମିକା ରହିଛି ବୋଲି ସେ ମତ ଦେଇଥିଲେ ।


    ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଆଧୁନିକ ଅର୍ଥନୀତିର ମୁଖ୍ୟ ଆଧାର ହେଉଛି ବିଜୁଳି । ଲୋକଙ୍କ ଜୀବନଧାରଣର ମାନରେ ଉନ୍ନତି ପାଇଁ ବିଜୁଳି ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ନିରନ୍ତର ବିଜୁଳି ଯୋଗାଇବା ସରକାରଙ୍କ ଏକ ମୁଖ୍ୟ ଲକ୍ଷ୍ୟ ଓ ଏଥିପାଇଁ ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ ।


    ଏହି ଅବସରରେ ଓଡିଶା ପାୱାର ଜେନେରେସନ କର୍ପୋରେସନ ପକ୍ଷରୁ ୧୦୩.୩୭ କୋଟି ଟଙ୍କା ଏବଂ OPTCL ପକ୍ଷରୁ ୪୨ କୋଟି ଟଙ୍କା ରାଜ୍ୟ ସରକାରଙ୍କ ଅନ୍ତରୀଣ ଲାଭାଂଶ ବାବଦରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରଦାନ କରାଯାଇଥିଲା । ଏହାସହିତ OPGC  ପକ୍ଷରୁ  ୨ କୋଟି ଓ OPTCL ପକ୍ଷରୁ ୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଥିଲା ।



    ଏଥିରେ ଖୁସିବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଦୁଇଟି public sector unit ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ଶିଳ୍ପାନୁଷ୍ଠାନ ଭାବରେ ପରିଣତ ହେବା ଖୁସିର କଥା । ଆଗାମୀ ଦିନରେ ଏହି ଦୁଇ ଅନୁଷ୍ଠାନ ଆହୁରି ସଫଳତା ହାସଲ କରିବେ ବୋଲି ସେ ଆଶାପ୍ରକାଶ କରିଥିଲେ ।


    ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଥିଲେ ଯେ ଏହାଦ୍ବାରା ଶିଳ୍ପ, କୃଷି, ଶିକ୍ଷା ଆଦି କ୍ଷେତ୍ରରେ ବିକାଶ ତ୍ବରାନ୍ବିତ ହେବା ସହିତ  ଲୋକଙ୍କୁ ଗୁଣାତ୍ମକ ବିଜୁଳି ମିଳିପାରିବ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୬୩ଟି ଗ୍ରୀଡ ସବ୍‌ଷ୍ଟେସନ ନିର୍ମାଣ କରାଯାଇଥିବା ବେଳେ, ଆଉ ୧୦୦ଟି ନିର୍ମାଣାଧୀନ ଅଛି ବୋଲି ସେ କହିଥିଲେ । 


    ଏହି ଅବସରରେ ମେରାମୁଣ୍ଡଳିରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, କଣ୍ଟାବାଡରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କୁମାରମୁଣ୍ଡାରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ବୋରିଗୁମାରେ ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ, ଲଖନପୁରରେ ବିଧାୟିକା ଶ୍ରୀମତୀ ଅଳକା ମହାନ୍ତି, ବାମରାରେ କୁଚିଣ୍ଡା ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ ଏବଂ ଭଟଲିରେ ବିଧାୟକ ଶ୍ରୀ ସୁଷାନ୍ତ ସିଂହ ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ଏହି ସବ୍‌ଷ୍ଟେସନ ଦ୍ବାରା ସ୍ଥାନୀୟ ଅଞ୍ଚଳରେ ଲୋ-ଭୋଲଟେଜ ସମସ୍ୟା ଦୂର ହେବା ସହିତ ସାଧାରଣ ଲୋକଙ୍କ ଜୀବନଯାପନ ଆହୁରି ସହଜ ହେବ ବୋଲି ସେମାନେ କହିଥିଲେ ।


    ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।


    ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ OPTCLର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଦ୍ଵିତୀୟଥର କନ୍ୟାରତ୍ନର ମାତା-ପିତା ହେଲେ ଦୀପିକା-ରଣବୀର
    ମନୋରଞ୍ଜନ

    ଦ୍ଵିତୀୟଥର କନ୍ୟାରତ୍ନର ମାତା-ପିତା ହେଲେ ଦୀପିକା-ରଣବୀର

    14374
    Sep 20, 2026
  • ପୃଥ୍ୱୀ ଶ’ଙ୍କ ସହ ସମ୍ପର୍କ ଭାଙ୍ଗିଲେ ଆକୃତି
    ଦେଶ-ଦେଶାନ୍ତର

    ପୃଥ୍ୱୀ ଶ’ଙ୍କ ସହ ସମ୍ପର୍କ ଭାଙ୍ଗିଲେ ଆକୃତି

    13964
    Sep 20, 2026
  • ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13510
    Sep 20, 2026
  • ସ୍କୁଲ ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ୍ ବିରିୟାନି
    ଦେଶ-ଦେଶାନ୍ତର

    ସ୍କୁଲ ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ୍ ବିରିୟାନି

    15077
    Sep 20, 2026
  • ୮% ମହଙ୍ଗା ଭତ୍ତା ବଢ଼ାଇଲେ ଭଗୱନ୍ତ ମାନ ସରକାର
    ଦେଶ-ଦେଶାନ୍ତର

    ୮% ମହଙ୍ଗା ଭତ୍ତା ବଢ଼ାଇଲେ ଭଗୱନ୍ତ ମାନ ସରକାର

    13639
    Sep 20, 2026
  • ନକଲି ଘିଅରେ ତିରୁପତି ଲଡୁ ତିଆରି
    ଦେଶ-ଦେଶାନ୍ତର

    ନକଲି ଘିଅରେ ତିରୁପତି ଲଡୁ ତିଆରି

    13408
    Sep 20, 2026
  • ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ
    ଦେଶ-ଦେଶାନ୍ତର

    ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ

    15528
    Sep 20, 2026
  •  ୨ କୋଟି ୯୦ ଲକ୍ଷ ଟଙ୍କାର ନୋଟ୍‌ରେ ଗଣେଶ ମୂର୍ତ୍ତି
    ଦେଶ-ଦେଶାନ୍ତର

    ୨ କୋଟି ୯୦ ଲକ୍ଷ ଟଙ୍କାର ନୋଟ୍‌ରେ ଗଣେଶ ମୂର୍ତ୍ତି

    14325
    Sep 20, 2026
  • ୬୨ ପ୍ରତିଶତ ଜେନ୍-ଜି ଅବସର ପାଇଁ ନିବେଶ କରୁଛନ୍ତି
    ଦେଶ-ଦେଶାନ୍ତର

    ୬୨ ପ୍ରତିଶତ ଜେନ୍-ଜି ଅବସର ପାଇଁ ନିବେଶ କରୁଛନ୍ତି

    14702
    Sep 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍କୁଲ ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ୍ ବିରିୟାନି

    15077
    Sep 20, 2026
  • ଦେଶ-ଦେଶାନ୍ତର

    ନକଲି ଘିଅରେ ତିରୁପତି ଲଡୁ ତିଆରି

    13408
    Sep 20, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲେ ଇମ୍ରାନ ଖାନ୍‌ଙ୍କ ଭଉଣୀ

    13510
    Sep 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17109
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17796
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17773
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18181
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14346
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14658
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16282
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14808
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14118
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15603
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15363
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14655
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14327
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷିଆ ଉପରେ ୟୁକ୍ରେନର ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ

    15528
    Sep 20, 2026
  • ୮% ମହଙ୍ଗା ଭତ୍ତା ବଢ଼ାଇଲେ ଭଗୱନ୍ତ ମାନ ସରକାର

    13639
    Sep 20, 2026
  • ୬୨ ପ୍ରତିଶତ ଜେନ୍-ଜି ଅବସର ପାଇଁ ନିବେଶ କରୁଛନ୍ତି

    14702
    Sep 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In