ସନ୍ଦିଗ୍ଧ ବ୍ଲାକ ଫଙ୍ଗସ ରୋଗୀ ମୃତ
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୂର୍ବ ଅପେକ୍ଷା ଟିକେ କମିଥିଲେ ମୃତୁ୍ୟ ସଂଖ୍ୟା କମିବାର ନା ଧରୁନି । ଏହାରି ଭିତରେ ଆଉ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବୁର୍ଲା ଭୀମସାରରେ ପ୍ରଥମ ସନ୍ଦିଗ୍ଧ ବ୍ଲାକ ଫଙ୍ଗସ ସନ୍ଦିଗ୍ଧଙ୍କ ମୃତ୍ୟୁ ଘଟିଛି ବୋଲି ଅନୁମାନ କରାଯାଉଛି । ଆଉ ୭ ଜଣ ବ୍ଲାକ ଫଙ୍ଗସ ସନ୍ଦିଗ୍ଧ ଭିମସାରରେ ଚିକିତ୍ସିତ ହେଉଥିବା ଭୀମସାର ଅଧିକ୍ଷକ ସୂଚନା ଦେଇଛନ୍ତି ।
ତେବେ ମୃତକ ଜଣଙ୍କର ନମୁନା ପରୀକ୍ଷା ପାଇଁ ଭୀମସାର କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ପଠାଇଥିବା ବେଳେ ବର୍ତ୍ତମାନ ପର୍ୟ୍ୟନ୍ତ ତାହା ବ୍ଲାକ ଫଙ୍ଗସ କି ନୁହଁ ସ୍ପଷ୍ଟ ହୋଇନାହିଁ । ଅନ୍ୟ ତିନିଜଣ ସନ୍ଦିଗ୍ଧଙ୍କ ମଧ୍ୟ ନମୁନାକୁ ଭୁବନେଶ୍ୱରକୁ ପରୀକ୍ଷା ପାଇଁ ପଠାଯାଇଛି । ସେଠାରୁ ରିପୋର୍ଟ ଆସିବା ପରେ ହିଁ ଏହି ସମସ୍ତ ରୋଗୀ ବ୍ଲାକ ଫଙ୍ଗସରେ ପୀଡିତ କି ନୁହଁ ତାହା ସ୍ପଷ୍ଟ ହୋଇପାରିବ ବୋଲି ଭୀମସାର ଅଧିକ୍ଷକ ପ୍ରଫେସର ଡାକ୍ତର ଲାଲ ମୋହନ ନାୟକ ସୂଚନା ଦେଇଛନ୍ତି ।
Powered by Froala Editor