ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ଦୁଇ ନୂଆ ଅତିଥି

ଭୁବନେଶ୍ବର : ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଦୁଇ ନୂଆ ଅତିଥି ଆସିଥିବା ସୂଚନା ମିଳିଛି। ୨ଟି ହୁଲକ୍ ଗିବନ ଏବଂ ୨ଟି ଲିଓପାର୍ଡ କ୍ୟାଟ ଅରୁଣାଚଳ ପ୍ରଦେଶ ଇଟାନଗର ପ୍ରାଣୀ ଉଦ୍ୟାନରୁ ଅଦଳ ବଦଳ ପ୍ରକ୍ରିୟାରେ ଏହି ନୂଆ ଅତିଥିଙ୍କୁ ଅଣାଯାଇଛି। ନନ୍ଦନକାନନରୁ ବାଘ ରକି, ବାଘୁଣୀ ସୋହିନୀ ଏବଂ ଦୁଇଟି ଘଡ଼ିଆଳ କୁମ୍ଭୀର ବଦଳରେ ୨ଟି ହୁଲକ୍ ଗିବନ ଓ ଦୁଇଟି ଲିଓପାର୍ଡ କ୍ୟାଟ୍ ନନ୍ଦନକାନନ ଆସିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଏନେଇ ସେଣ୍ଟ୍ରାଲ୍ ଜୁ’ ଅଥୋରିଟି ପକ୍ଷରୁ ଅନୁମୋଦନ ମିଳିବା ପରେ ଇଟ୍ଟାନଗରରୁ ଏକ ଦଳ ନନ୍ଦନକାନନ ଆସିଥିଲେ। ବାଘ ରକି ଓ ବାଘୁଣୀ ସୋହିନୀ ଏବଂ ଦୁଇଟି ଘଡ଼ିଆଳ କୁମ୍ଭୀରକୁ ନେଇ ଯାଇଥିଲେ। ସେହିପରି ନନ୍ଦନକାନନରୁ ଏକ ୬ଜଣିଆ ଦଳ ଇଟ୍ଟାନଗର ଯାଇଥିଲେ। ସୂଚନାଯୋଗ୍ୟ, ସୋହିନୀ ୨୦୨୧ ଏପ୍ରିଲ ୧୪ ତାରିଖରେ ଜନ୍ମଲାଭ କରିଥିଲାବେଳେ ରକି ୨୦୨୧୧ ମାର୍ଚ୍ଚ ୨୮ରେ ଜନ୍ମ କରିଥିଲେ।
Powered by Froala Editor