ଦେବସ୍ନାନ ପୂର୍ଣ୍ଣିମା ନୀତି ପାଇଁ କୌଣସି ନିଷ୍ପତ୍ତି ନିଆଯାଇନି
ପୁରୀରେ ଦେବସ୍ନାନ ପୂର୍ଣ୍ଣିମା ନୀତି ଆୟୋଜନ ନେଇ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯ଼ାଇନାହିଁ । କରୋନା ମହାମାରୀ କଟକଣା ଭିତରେ କିଭଳି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ ହେବ, ସେ ନେଇ ବିଭିନ୍ନ ଷ୍ଟେକ ହୋଲଡରଙ୍କ ସହ ଆଲୋଚନା କରାଯାଇଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଛତିଶା ନିଯୋଗ ବୈଠକ କରାଯାଇ ଏହା ଉପରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା।
ଗଣମାଧ୍ୟମକୁ ସେ କହିଛନ୍ତି ଯ଼େ ଦେବସ୍ନାନ ପୂର୍ଣ୍ଣିମା ଆୟୋଜନ ଲାଗି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯ଼ାଇଛି । ସେଥିରେ ସ୍ନାନ ପୂର୍ଣ୍ଣିମା ନୀତି ସହ ଜଡ଼ିତ ସେବାୟତମାନେ ଯ଼ୋଗ ଦେଇଥିଲେ । କୋଭିଡ୍ ଗାଇଡଲାଇନ ସହ କିପରି ଏହା ଆୟୋଜନ ହେବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା । ସେବାୟତମାନେ ମଧ୍ୟ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ମାତ୍ର ଏ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯ଼ାଇନାହିଁ । ତେବେ ଖୁବଶୀଘ୍ର ଏ ସମ୍ପର୍କରେ ନିଷ୍ପତ୍ତି ନିଆଯ଼ିବ ବୋଲି ସେ କହିଛନ୍ତି ।
ଆସନ୍ତା ଜୁନ୍ ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ପଡ଼ୁଛି। ଗତବର୍ଷ କୋଭିଡ କଟକଣା ଭିତରେ ବିନା ଭକ୍ତରେ ସାନ୍ନ ପୂର୍ଣ୍ଣିମା ନୀତି ବିଧିବିଧାନ ମୁତାବକ କରାଯାଇଥିଲା। ଏଥର ମଧ୍ୟ କରୋନା କଟକଣା ଭିତରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏହା ପୂର୍ବରୁ ହାତରେ କମ୍ ସମୟ ରହିଛି। ଏଥର ମଧ୍ୟ ଦେବସ୍ନାନ ପୂର୍ଣ୍ଣିମାରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯିବ।
Powered by Froala Editor