ପୂର୍ବତନ ବିଧାୟକ ସହ ୧୩ ଜଣଙ୍କୁ ଆଜୀବନ ଜେଲ ଦଣ୍ଡ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ୧୯୯୮ରେ ପୁଲିସ ରିଜର୍ଭ ଇନ୍ସପେକ୍ଟର ବିନୟ ମେହେର ହତ୍ୟା ଘଟଣାରେ ପ୍ରକାଶ ପାଇଛି ଚୂଡ଼ାନ୍ତ ରାୟ । ପୂର୍ବତନ ବିଧାୟକ ଏନ୍.ନାରାୟଣ ରେଡ୍ଡିଙ୍କ ସହ ୧୩ ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୩ ରାଜ କୁମାର ଦାସ । କୋର୍ଟରୁ କଡ଼ା ସୁରକ୍ଷା ଭିତରେ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଛି । ମକଦ୍ଦମା ପରିଚାଳନା କରୁଥିବା ସ୍ୱତନ୍ତ୍ର ପିପି ନିରଞ୍ଜନ ପାଢ଼ୀ ଏହି ସୂଚନା ଦେଇଛନ୍ତି । ଦୋଷୀଙ୍କ ଭିତରେ ଜଣେ ପଖ୍ୟାଘାତ ରୋଗୀ ଅଛନ୍ତି ।
Powered by Froala Editor