ରାଜ୍ୟରେ କରୋନାରେ ଗଲା ଆଉ ୩୭ ଜୀବନ
ଭୁବନେଶ୍ୱର : ରାଜ୍ୟରେ ଆଉ ୩୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି।
୧୫ଟି ଜିଲ୍ଲାରୁ ଏହି ୩୭ ଜଣଙ୍କ ମୃତ୍ୟୁ ଖବର ଆସିଛି। ସେମାନଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଆଜିର ରିପୋର୍ଟକୁ ମିଶାଇ ଲଗାତାର ୬ ଦିନ ହେଲାଣି ଏହି ଜିଲ୍ଲାରୁ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ଆସିଛି। ୬ ଦିନ ହେଲାଣି ଏଠାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଜିଲ୍ଲାରେ ଏଯାବତ ୧୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଲାଣି।
Powered by Froala Editor