ସନତ ମହାନ୍ତିଙ୍କୁ ଓପିଏସସି ଅଧ୍ୟକ୍ଷ ଦାୟିତ୍ୱ
ଭୁବନେଶ୍ୱର: ଅବସରପ୍ରାପ୍ତ ଆଇଏଏସ୍ ସତ୍ୟଜିତ୍ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଅଧ୍ୟକ୍ଷ ପଦବୀରୁ ଅବସର ନେଇଛନ୍ତି । ଆଉ ଓପିଏସସି ସଦସ୍ୟ ସନତ କୁମାର ମହାନ୍ତିଙ୍କୁ ଆୟୋଗର ଇନଚାର୍ଜ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନ୍ୟସ୍ତ ହୋଇଛି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓପିଏସସି ସଦସ୍ୟ ସନତ କୁମାର ମହାନ୍ତି ଅଗଷ୍ଟ ୩ତାରିଖରୁ ପରବର୍ତ୍ତୀ ଅଧ୍ୟକ୍ଷ ନିଯୁକ୍ତି ପର୍ୟ୍ୟନ୍ତ ଓପିଏସସି ଅଧ୍ୟକ୍ଷ ଦାୟିତ୍ୱରେ ରହିବେ । ଏବେ ଆୟୋଗରେ ସନତ ମହାନ୍ତିଙ୍କ ସମେତ ଅନ୍ୟ ୪ଜଣ ସଦସ୍ୟ - ଡଃ ସରିତା ସୁପକାର, ଶ୍ୟାମଭକ୍ତ ମିଶ୍ର, ପ୍ରଫେସର ଚୌଧୁରୀ ସୂର୍ୟ୍ୟକାନ୍ତ ମିଶ୍ର ଓ ଗୌରାଙ୍ଗ ଚରଣ ସାହୁ କାର୍ୟ୍ୟ କରୁଛନ୍ତି ।
ଅଧ୍ୟକ୍ଷ ପଦରୁ ଅବସର ନେଇଥିବା ଅବସରପ୍ରାପ୍ତ ଆଇପିଏସ୍ ସତ୍ୟଜିତ୍ ମହାନ୍ତି ୨୦୨୧ ମାର୍ଚ୍ଚ ୧ ତାରିଖରେ ଆୟୋଗର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଥିଲେ ।
Powered by Froala Editor