ଆଜି ଏହି ୯ ଜିଲ୍ଲାରେ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଆଜି ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲ୍ଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ସେହିପରି ଯାଜପୁର ଜିଲ୍ଲାର ୪ଟି ବ୍ଲକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । କୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁରରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ପ୍ରବଳ ବର୍ଷା ଓ ବନ୍ୟା ସମ୍ଭାବନା ଥିବାରୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।
ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଆଜି ପଶ୍ଚିମ ଉତ୍ତରର ପଶ୍ଚିମ ଦିଗକୁ ମୁହାଁଇଛି । ଆଗକୁ ଏହା ଦୁର୍ବଳ ହୋଇ ଅବପାତ ଓ ସଦୃଶ୍ୟ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ଆହୁରି ୧୨ ଘଣ୍ଟା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଓ ସମ୍ବଲପୁରର ଅଧିକାଂଶ ସ୍ଥାନରେ ୨ଶହ ମିମିରୁ ଅଧିକ ପରିମାଣର ବର୍ଷା ହୋଇପାରେ। ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୧୦ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର ଓ ଯାଜପୁରରେ ପ୍ରବଳ ବର୍ଷା ହେବାକୁ ଥିବା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ସେପଟେ ଛତିଶଗଡ଼ରେ ଦୁଇ ଦିନ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ମହାନଦୀ ଜଳସ୍ତର ବଢିପାରେ ।
Powered by Froala Editor