ବିପଦ ସଙ୍କେତ ଟପିଲା ଜଳକା ନଦୀ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ବସ୍ତାରେ ଜଳକା ନଦୀ ବିପଦ ସଙ୍କେତ ଟପିଛି । ଲଗାଣ ବର୍ଷା ଯୋଗୁଁ ଜଳକା ନଦୀର ମଥାନୀ ଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ପାଣି । ମଥାନୀ ଠାରେ ବିପଦ ସଙ୍କେତ ୫ ଦଶମିକ ୫୦ ମିଟର ଥିବା ବେଳେ ଜଳସ୍ତର ବୃଦ୍ଧି ପାଇ ୬ ଦଶମିକ ୧୯ ମିଟର ଜଳ ପ୍ରବାହିତ ହେଉଛି ।
ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବା ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳର ପ୍ରାୟ ୫୦ ଖଣ୍ଡ ଗାଁର ଲୋକେ । ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିବାରୁ ନଦୀରେ ଜଳସ୍ତର ବଢିବାରେ ଲାଗିଛି ।
Powered by Froala Editor