ଜିମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: କଳ୍ପନା ନିକଟରେ ଥିବା ଜିମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଜଣଙ୍କ ହେଲେ ରଂଜିତ ନାୟକ । ରଂଜିତଙ୍କ ଘର ୬ ନମ୍ବରରେ ହୋଇଥିବା ବେଳେ ସେ ଜିମ୍ ରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ । ହେଲେ ପରିବାର ଲୋକ ରଂଜିତଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରିନାହାନ୍ତି ।
ଯଦିଓ ମୃତ୍ୟୁ ପଛର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ, ରଂଜିତଙ୍କୁ ଯୋଜନା ବଦ୍ଧ ଭାବେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ସମ୍ପର୍କୀୟଙ୍କ ଅଭିଯୋଗ ଆଧାରରେ ଏହି ଘଟଣାରେ ଏକ ହତ୍ୟା ମାମଲା ରୁଜୁ ହୋଇଛି ।
Powered by Froala Editor