ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣା:୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ। ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ଘଟଣାରେ ୧୫ ଜଣଙ୍କର ବୟାନ ରେକର୍ଡ ଶେଷ ହୋଇଛି। ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଦଫା ୩୦୬ ଖୁବଶୀଘ୍ର ଲାଗିପାରେ ବୋଲି ସୂଚନା ମିଳିଛି। ପୋଷ୍ଟମର୍ଟମ ରିପୋର୍ଟ ଓ ସିଡିଆର୍ ମୁତାବକ ତଦନ୍ତ ଚାଲିଛି। ନିଶା ସମ୍ପର୍କିତ ସୂଚନା ପାଇଁ ଭିସେରା ଟେଷ୍ଟ ପାଇଁ ପଠାଯାଇଛି।
ଏହା ଭିତରେ ଲକ୍ଷ୍ମୀସାଗର ଥାନା ପୁଲିସ ହାତରେ ଶୁଭଲକ୍ଷ୍ମୀଙ୍କର ଗତ ଦୁଇମାସର ସିଡିଆର୍ ରିପୋର୍ଟ (ମୋବାଇଲ୍ କଲ୍ ଇତିହାସ) ତଥ୍ୟ ଲାଗିଛି।
Powered by Froala Editor