ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ
ଏବର୍ଷ ହେବନି ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା । ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ସିବିଏସଇର ଅଧ୍ୟକ୍ଷଙ୍କ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ପ୍ରକାଶ ଜାବଡେକର ପ୍ରମୁଖ ଉପସ୍ଥିତ ଥିଲେ । ସେପଟେ ଅନେକ ରାଜ୍ୟ ପରୀକ୍ଷା ବାତିଲ୍ କରିବା ସପକ୍ଷରେ ଥିବାବେଳେ ଅନେକ ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କୁ ଟିକା ଦେବା ଉପରେ ଗୁରୁତ୍ୱ ଦିଆଯାଇଛି ।
ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଆଯାଉଛି । ତେଣୁ ଏ ଦିଗରେ କୌଣସି ସାଲିସ୍ କରାଯିବନାହିଁ । କରୋନା ମହାମାରୀ ଭଳି ସଙ୍କଟ ଜନକ ପରିସ୍ଥିତିରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ସହ ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ଲାଗି ରହିଥିବା ଦ୍ବନ୍ଦ୍ବରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । କରୋନା ମହାମାରୀ ପରି ଏକ ଚାପଯ଼ୁକ୍ତ ପରିବେଶରେ ପରୀକ୍ଷା ଦେବାକୁ ପିଲାମାନଙ୍କୁ ବାଧ୍ୟ କରାଯ଼ିବା ଉଚିତ ନୁହେଁ ।
ଏହାସହ ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳକୁ ନେଇ ଅସନ୍ତୁଷ୍ଟ ହେବେ, କୋଭିଡ ସ୍ଥିତି ସୁଧୁରିଲେ ସେମାନଙ୍କୁ ପରୀକ୍ଷା ପାଇଁ ସୁଯୋଗ ଦିଆଯିବ । ପୂର୍ବରୁ ସିବିଏସ୍ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ' ୪ରୁ ଜୁନ୍ ୭ ଏବଂ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ମେ' ୪ରୁ ଜୁନ ୧୫ ମଧ୍ୟରେ ହେବ ବୋଲି ପୂର୍ବରୁ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ କରୋନାର ଦ୍ୱିତୀୟ ଲହରୀ ପାଇଁ ଉଭୟ ପରୀକ୍ଷାକୁ ବାତିଲ କରାଯାଇଛି ।
Powered by Froala Editor