ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ: ଓଡ଼ିଶାର ବିକାଶରେ ସମସ୍ତେ ସାମିଲ

ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ବାଓୀନତା ସଂଗ୍ରାମୀମାନଙ୍କୁ ମନେପକାଇଥିଲେ। ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି। ଅର୍ଥନୀତିରେ ସମୃଦ୍ଧ ହୋଇଛି। ଓଡ଼ିଶାକୁ ଏବେ ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି। ମିଶନ ଶକ୍ତି ଜରିଆରେ ମା’ମାନେ ସମୃଦ୍ଧ ହୋଇଛନ୍ତି। ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଙ୍ଗ ସୁବିଧା ଉପଲବ୍ଧ କରାଯାଇଛି। ବିଏସକେୱାଇ ଯୋଜନାରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହେଉଛି।
ରାଜଧାନୀର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବାହ୍ନ ୯ଟା ବେଳେ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ରାଜଧାନୀରେ ଦେଖିବାକୁ ମିଳିଛି ରାଜ୍ୟସ୍ତରୀୟ ପରେଡ୍। ସ୍ୱାଧୀନତା ଦିବସ ପାଇଁ ସଚିବାଳୟ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ, ଲୋକସମ୍ପର୍କ ଭବନ, ବୟନିକା ଭବନ ଓ ଖାରବେଳ ଭବନକୁ ରଙ୍ଗୀନ ଆଲୋଚନରେ ସଜାଯାଇଛି।
Powered by Froala Editor