ଅଗଷ୍ଟ ୧୬ ରୁ ସେପ୍ଟେମ୍ବର ୧୭ ଖୋଲିବ ଅମୃତ ଉଦ୍ୟାନ

ନୂଆଦିଲ୍ଲୀ: ଉଦ୍ୟାନ ଉତ୍ସବ-୨କୁ ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି। ଉଦ୍ୟାନ ଉତ୍ସବ-୨ ଅନ୍ତର୍ଗତ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ ଗୋଟିଏ ମାସ ପର୍ୟ୍ୟନ୍ତ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ। ଅମୃତ ଉଦ୍ୟାନ ସେପ୍ଟେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଖୋଲା ରହିବ। ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି।ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି। ଆଗନ୍ତୁକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ।
Powered by Froala Editor