୧୮ ରେ ଲଘୁଚାପ
ଭୁବନେଶ୍ଵର : ୧୮ ବେଳକୁ ଲଘୁଚାପ ସମ୍ଭାବନା। ଉତ୍ତର-ପୂର୍ବ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬ କି.ମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ଵର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସୂଚନାନୁଯାୟୀ, ବୁଧବାରଠୁ ୪ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଇଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଗଡ଼ି ସମ୍ଭାବନା ରହିଛି । ସେହିପରି ଗୁରୁବାର ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
Powered by Froala Editor