ଲଘୁଚାପ ସୃଷ୍ଟି: ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ୧୯ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୨୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ବୌଦ୍ଧ, ସୋନପୁର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ସମ୍ୱଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୯ ତାରିଖରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Powered by Froala Editor