Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ...

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ...

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ...

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

  • ବେଟି ବଚାଓ କହୁଥିବା ଦଳର ...

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

ରାଜନୀତି
Home ›› ରାଜନୀତି ›› “ଲୋକଙ୍କ ଘରୁ ମଶା ବାହାରିଲେ ଜୋରିମାନା ଦେବାକୁ ହେବ” - ଏଭଳି ଅଦ୍‌ଭୁତ ଆଇନ ପ୍ରଣୟନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ

“ଲୋକଙ୍କ ଘରୁ ମଶା ବାହାରିଲେ ଜୋରିମାନା ଦେବାକୁ ହେବ” - ଏଭଳି ଅଦ୍‌ଭୁତ ଆଇନ ପ୍ରଣୟନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ

2023-08-22 04:30:34
14137
Share:
Facebook
Twitter
E-Mail
WhatsApp
Telegram
     “ଲୋକଙ୍କ ଘରୁ ମଶା ବାହାରିଲେ ଜୋରିମାନା ଦେବାକୁ ହେବ” - ଏଭଳି ଅଦ୍‌ଭୁତ ଆଇନ ପ୍ରଣୟନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ

“ଗଲି ଗଲି ମେ ଶୋର୍ ହେ, ଡେଙ୍ଗୁ ବଡା ଜୋର୍ ହେ” । ଦୁଃଖ ପରିତାପର ବିଷୟ ରାଜ୍ୟରେ ଡେଙ୍ଗୁ ରୋଗ “ନିୟନ୍ତ୍ରଣହୀନ” ହୋଇପଡିଥିବାବେଳେ, ମୁକାବିଲାରେ ରାଜ୍ୟ ସରକାର “ପଙ୍ଗୁ” ହୋଇପଡିଛନ୍ତି । ରାଜ୍ୟସାରା ଡେଙ୍ଗୁ ରୋଗ ଆତଙ୍କ ସୃଷ୍ଟି କରିଛି ଏବଂ ବିଶେଷ ଭାବେ ଦୈତ୍ୱନଗରୀ ଭୁବନେଶ୍ୱର ଓ କଟକରେ ଏହା ଭୟଙ୍କର ରୂପ ନେଇଛି । କେବଳ ଭୁବନେଶ୍ୱରରେ ୧୫ଶହ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୦ ରୁ ଅଧିକ ପୀଡିତଙ୍କ ମୃତ୍ୟୁ ସମସ୍ତଙ୍କୁ ଭୟଭୀତ କରିଛି । ଦୈତନଗରୀ ଭୁବନେଶ୍ୱର ଓ କଟକର ପ୍ରତି ତୃତୀୟ ଘରେ ଡେଙ୍ଗୁ ପୀଡିତ । ରାଜ୍ୟରେ ସ୍ୱାୟତ ଶାସନ ବାଟବଣା ହୋଇଛି । ରାଜଧାନୀ ସହରରେ ସ୍ୱାସ୍ଥ୍ୟ ବିଭାଗ ଓ ବିଏମ୍‌ସି ଉଭୟଙ୍କ ଦାୟିତ୍ୱହୀନତା ପାଇଁ ସାଧାରଣ ଲୋକ ଅକାଳରେ ପ୍ରାଣ ହରାଉଛନ୍ତି । ପ୍ରତି ବର୍ଷ ଡେଙ୍ଗୁ ରୋଗ କାୟା ବିସ୍ତାର କରିଚାଲିଛି । ୨୩ ବର୍ଷ ଶାସନରେ ଥିବା ସତ୍ୱେ ବିଜେଡି ସରକାରର ‘ପରିମଳ ପରିଚାଳନା’ ସମ୍ପୂର୍ଣ୍ଣ ଫେଲ ହୋଇଥିବାରୁ ଡେଙ୍ଗୁ ରୋଗ ପ୍ରତି ବର୍ଷ ବୃଦ୍ଧି ପାଇଚାଲିଛି । ସର୍ବଦା ଚିତ୍କାର କରି ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ ବୋଲି କହୁଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ଡେଙ୍ଗୁରେ ଆକ୍ରାନ୍ତ ପୀଡିତଙ୍କ ଜୀବନ କ’ଣ ମୂଲ୍ୟହୀନ ବୋଲି ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି ପ୍ରଶ୍ନ କରିଛନ୍ତି ।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତି କହିଛନ୍ତି ଯେ, ଦୀର୍ଘଦିନ ଏ ସରକାର ଶାସନ କରୁଥିବାରୁ ଅଫିସରମାନେ ଉପର ମୁହାଁ ହୋଇଛନ୍ତି । ଫଳରେ ‘ତୋଗଲକି ଶାସନ’ ଭଳି ଯାହା ପାଟିରୁ ବାହାରିଲା ତାହା ଆଇନରେ ପରିଣତ କରିଦେଉଛନ୍ତି । “ଲୋକଙ୍କ ଘରୁ ମଶା ବାହାରିଲେ ଜୋରିମାନା ଦେବାକୁ ହେବ” - ଏଭଳି ଅଦ୍‌ଭୁତ ଆଇନ ପ୍ରଣୟନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନର ଚରମ ଅବହେଳା କାରଣରୁ ରାସ୍ତା ଘାଟ, ନାଳ ନର୍ଦ୍ଦମାର ଦୁର୍ଦ୍ଦଶା ଚରମ ସୀମା ଅତିକ୍ରମ କରିଛି । ବର୍ଷା ପାଣି ଜମା ରହି ମଶା ବଂଶ ବୃଦ୍ଧିରେ ସହାୟକ ହେଉଛି । ରାଜ୍ୟ ସରକାର ସଠିକ୍ ସମୟରେ ମଶା ନିୟନ୍ତ୍ରଣର କାମ କଲେ ନାହିଁ, ଯଥା ମଶାତେଲ, ଜାଗା ଚିହ୍ନଟ କରି ଉପଯୁକ୍ତ ପଦକ୍ଷେପ ନେଲେ ନାହିଁ । ଡେଙ୍ଗୁ ରୋଗ ନିୟନ୍ତ୍ରଣହୀନ ହେବା ପରେ ନିଜ ଦୋଷ ଦୁର୍ବଳତାକୁ ଲୁଚାଇ ମିଛ ପ୍ରଚାର ପ୍ରସାର କରି ବାଃ ବାଃ ନେବା ପାଇଁ ଉଦ୍ୟମ କଲେ ସତ, କିନ୍ତୁ ଗ୍ରାଉଣ୍ଡ ଜିରୋରେ କୈାଣସି ପଦକ୍ଷେପ ନେଲେ ନାହିଁ । ଏପରିକି ଲୋକେ ଡେଙ୍ଗୁରେ ପ୍ରାଣ ହରାଉଥିଲେ ବି ଡେଙ୍ଗୁ ମୃତ୍ୟୁକୁ ସ୍ୱୀକାର ନକରି ‘ନେଡି ଗୁଡ କହୁଣୀକୁ ବୋହି ଗଲା’ ପରେ ଶାସକ ବିଜେଡିର ନେତା ଓ ମନ୍ତ୍ରୀମାନେ ନିଜ ଦାୟୀତ୍ୱ କର୍ତବ୍ୟରୁ ପଳାୟନପନ୍ଥୀ ହେଲେ । ବର୍ତମାନ ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗରେ କେତେ ଲୋକଙ୍କ ମୃତ୍ୟୁ ହୋଇଛି, ତାଙ୍କୁ କେଉଁ ସହାୟତା ମିଳିବ ଓ ଯେଉଁମାନେ ଚିକିତ୍ସିତ ଅଛନ୍ତି ସେମାନଙ୍କ ପାଇଁ କଣ ବ୍ୟବସ୍ଥା କରାଯାଇଛି ? ରାଜ୍ୟ ସରକାର ତାହା ସାର୍ବଜୀନନ କରନ୍ତୁ ବୋଲି ଶ୍ରୀ ମହାନ୍ତି ଦାବି କରିଛନ୍ତି । 

ରାଜ୍ୟ ସରକାର ୨୩ବର୍ଷ ଶାସନରେ ରହିବି ସହରାଂଚଳବାସୀଙ୍କୁ ମୌଳିକ ସେବା ଯୋଗାଇବାରେ ବିଫଳ ହୋଇଥିବାବେଳେ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳୀୟ ନେତା, ମନ୍ତ୍ରୀମାନେ “ଓଡ଼ିଶାର ସ୍ୱାସ୍ଥ୍ୟସେବା” ବିଶ୍ୱସ୍ତରୀୟ ବୋଲି ଡିଣ୍ଡିମ ପିଟୁଛନ୍ତି । ଲୋକେ ଡେଙ୍ଗୁରେ ପ୍ରତ୍ୟେକ ଦିନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ଏନେଇ ବିଏମ୍‌ସି ଓ ସିଏମ୍‌ସି ଭଳି ଅନୁଷ୍ଠାନ ସ୍ୱାୟତ ଶାସନକୁ ଦିଗହରା କରିବା ସହ ଲୋକଙ୍କ ମୌଳିକ ସୁବିଧା ଯୋଗାଇବାରେ ସମ୍ପୂର୍ଣ୍ଣ ବିଫଳ । ଡେଙ୍ଗୁ ରୋଗ ମୁକାବିଲା ନେଇ ରାଜ୍ୟ ସରକାରଙ୍କ “ନିଷ୍କ୍ରିୟତା ଓ ଉଦାସିନତା” ଲୋକଙ୍କ ମନରେ କ୍ଷୋଭ ସୃଷ୍ଟି କରିଛି ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ସ୍ମାର୍ଟ ସିଟି ରାଜଧାନୀ ଭୁବନେଶ୍ୱରର ବିଜେଡି ସରକାରରେ “ଡେଙ୍ଗୁ” ବି ବିଶ୍ୱସ୍ତରୀୟ ଏବଂ ଏହାକୁ ଏକ ଉପହାର ଭାବେ ବିଏମସି ଭୁବନେଶ୍ୱରବାସିନ୍ଦାଙ୍କୁ ପ୍ରଦାନ କରିଛି । ପ୍ରତ୍ୟେକ ଦିନ ରାଜଧାନୀର ଡେଙ୍ଗୁ ରୋଗୀ ହସ୍ପିଟାଲରେ ଭର୍ତି ହୋଇଥିଲେ ବି ସେମାନଙ୍କ ପାଇଁ “ବେଡ୍‌”ର ସୁବିଧା ନାହିଁ । ନାଳ ନର୍ଦ୍ଦମା ସଫା ଆଳ କରି ସମସ୍ତ ଡ୍ରେନ ଓ ନାଳ ଖୋଲି ଦିଆଗଲା ସତ, କିନ୍ତୁ ଅଧାପନ୍ତରିଆ ହୋଇ ସଫା କାର୍ଯ୍ୟ ରହିଗଲା । କେଉଁଠି ସଫା ହେଲା ନାହିଁ ତ, ଆଉ କେଉଁଠି ଡ୍ରେନକୁ ଘୋଡା ଗଲା ନାହିଁ । ନାଳ ନର୍ଦ୍ଦମାରୁ ବାହାରିଥିବା ଆବର୍ଜନାକୁ ହଟା ଗଲା ନାହିଁ । ବିଏମସି ମେୟର ବୁଲି ବୁଲି ଯାହା ପ୍ରଚାର କରିଥିଲେ, ତାର ଠିକ ବୀପରିତ କାର୍ଯ୍ୟ କରାଗଲା । ଖର୍ଚ୍ଚ ପାଇଁ ଆସିଥିବା ଟଙ୍କାକୁ ମିଳିମିଶି ଖାଇଗଲେ । ମେୟର ଓ କମିଶନର ମିଥ୍ୟା ପ୍ରତିଶ୍ରୁତି ପାଇଁ ରାଜଧାନୀବାସୀ କାହିଁକି ସର୍ବଦା ଦୁଃଖ ଭୋଗିବେ ବୋଲି ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ବାବୁ ସିଂ କହିଛନ୍ତି ।

ରାଜଧାନୀରେ ଡେଙ୍ଗୁ କାୟା ବିସ୍ତାର କରୁଥିବାବେଳେ ମେୟର ଓ କମିଶନର ଡେଙ୍ଗୁ ପାଇଁ ପଦକ୍ଷେପ ନନେଇ କ୍ରିକେଟ୍ ଖେଳୁଛନ୍ତି ଯାହା ରାଜଧାନୀବାସୀଙ୍କ ପ୍ରତି ଉପହାସ । ଡେଙ୍ଗୁ ମଶାଙ୍କ ନିୟନ୍ତ୍ରଣ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆହ୍ୱାନରେ ବିଜେପି ଜିଲ୍ଲା ପକ୍ଷରୁ ଧୂଆଁ ଦ୍ୱାରା ମଶାଙ୍କ ନିପାତ ପାଇଁ ସବୁ ୱାର୍ଡରେ ବ୍ୟବସ୍ଥା କରାଯାଇଛି । କିନ୍ତୁ ସାଧାରଣଙ୍କ ଲୋକଙ୍କୁ ମୃତ୍ୟୁମୁଖକୁ ଠେଲି ଦେଇ ହାତ ଟେକି ବସିଛନ୍ତି ରାଜ୍ୟ ସରକାର ଓ ମ୍ୟୁନିସପାଲଟି ବୋଲି ଶ୍ରୀ ସିଂ କହିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ ଏବଂ ରାଜ୍ୟ ଗଣମାଧ୍ୟମ ସହମୁଖ୍ୟ ସୁଜିତ୍ କୁମାର ଦାସ୍ ପ୍ରମୁଖ ଉପସ୍ଥିତ 

Powered by Froala Editor

Tags Bjp

Related articles Odisha News Lens 4.1

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13580
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14036
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13957
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14936
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14151
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14287
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ
    ଦେଶ-ଦେଶାନ୍ତର

    ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14212
    Jun 24, 2025
  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ
    ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13645
    Jun 24, 2025
  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ
    ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13739
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13957
    Jun 24, 2025
  • ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14936
    Jun 24, 2025
  • ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14036
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14936
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13957
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15854
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15179
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16026
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14936
    Jun 24, 2025
  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14151
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14212
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In