ଚିତ୍ରକୋଣ୍ଡାରେ ୩ ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାର ସ୍ଵାଭିମାନ ଅଞ୍ଚଳର ବିକାଶକୁ ଆହୁରି ଗତି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଚିତ୍ରକୋଣ୍ଡା ବ୍ଲକରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହାଦ୍ଵାରା ସ୍ଵାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ। ଗମନାଗମନରେ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ବାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ, ଟେଲି ଯୋଗାଯୋଗ ଆଦି ଅନେକ ମୌଳିକ ସେବା ସୁବିଧାରେ ଉପଲବ୍ଧ ହେଉଛି। ରୂପାନ୍ତର ପ୍ରକ୍ରିୟାରେ ସ୍ଵାଭିମାନ ଅଞ୍ଚଳ ତ୍ଵରିତ ଗତିରେ ଆଗକୁ ବଢୁଛି। ସ୍ଵାଭିମାନ ଅଞ୍ଚଳର ସାମାଜିକ ଓ ଆର୍ଥିକ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସେତୁ ଯୋଜନା ମଧ୍ୟ ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟାକୁ ଆହୁରି ତ୍ଵରାନ୍ଵିତ କରିବା ସହ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକ୍ରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେବା ସହିତ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
Powered by Froala Editor