ଆଜି ଚନ୍ଦ୍ରର ଦକ୍ଷିଣମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ ଲ୍ୟାଣ୍ଡର ବିକ୍ରମ
ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମ। ଏଥିପାଇଁ ସାରା ଦେଶ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଛି । ଲ୍ୟାଣ୍ଡର ୩୦ କିଲୋମିଟର ଉଚ୍ଚତାରୁ ଅବତରଣ କରିବ । ଅବତରଣର ଦୁଇ ଘଣ୍ଟା ପୂର୍ବରୁ ଚନ୍ଦ୍ରର ସ୍ଥିତି ଅନୁଧ୍ୟାନ କରାଯିବ । ଯଦି ସେଥିରେ କିଛି ସମସ୍ୟା ଦେଖାଦିଏ ତେବେ ଚନ୍ଦ୍ରୟାନ- ତିନିର ଅବତରଣକୁ ସ୍ଥଗିତ କରାଯାଇ ଏହି ପ୍ରକ୍ରିୟାକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଅଯିବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି।
ତେବେ ଯଦି ସବୁ ଠିକ୍ ଠାକ୍ ରୁହେ ତେବେ ଅବତରଣ ପ୍ରକ୍ରିୟା ଆଜି ସନ୍ଧ୍ୟା ୫ଟା ୪୫ରେ ଆରମ୍ଭ ହେବ ଏବଂ ସନ୍ଧ୍ୟା ୬ଟା ୪ରେ ଏହା ଚନ୍ଦ୍ରପୃଷ୍ଠକୁ ଛୁଇଁବ। ଅର୍ଥାତ୍ ୧ ହଜାର ୭୫୨ କିଲୋଗ୍ରାମ ଓଜନର ଲ୍ୟାଣ୍ଡର୍ ମାତ୍ର ୧୯ ମିନିଟ୍ ଭିତରେ ୩୦ କିଲୋମିଟର ଉଚ୍ଚତାରୁ ଖସି ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇବାକୁ ଚେଷ୍ଟା କରିବ।
Powered by Froala Editor