୨ ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨ ତାରିଖରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଓଡ଼ିଶା ଉପକୂଳରେ ହେବାକୁ ଥିବା ଏହି ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ମୁତାବିକ ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ସ୍ବଳ୍ପ ବର୍ଷାର ସମ୍ଭାବନା ରହିଛି । ରବିବାର ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମର କିଛି ସ୍ଥାନରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଲଘୁଚାପ ପ୍ରଭାବରେ ବର୍ଷା ହେବାର ଥିବାରୁ ୩୧ ତାରିଖରେ ବି ବର୍ଷା ସମ୍ଭାବନା ଅଛି ବୋଲି ବିଭାଗ ପୂର୍ବାନୁମାନ କରିଛି।
Powered by Froala Editor