Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ...

  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ...

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

ରାଜ୍ୟ
Home ›› ରାଜ୍ୟ ››ସହରର ନିର୍ମାଣରେ ବ୍ୟବହୃତ ପ୍ରତିଟି ଇଟାରେ ଗରିବ ଲୋକଙ୍କ ପରିଶ୍ରମ ଯୋଡି ହୋଇ ରହିଛି: ମୁଖ୍ୟମନ୍ତ୍ରୀ

ସହରର ନିର୍ମାଣରେ ବ୍ୟବହୃତ ପ୍ରତିଟି ଇଟାରେ ଗରିବ ଲୋକଙ୍କ ପରିଶ୍ରମ ଯୋଡି ହୋଇ ରହିଛି: ମୁଖ୍ୟମନ୍ତ୍ରୀ

2023-08-28 10:21:09
13622
Share:
Facebook
Twitter
E-Mail
WhatsApp
Telegram
ସହରର ନିର୍ମାଣରେ ବ୍ୟବହୃତ ପ୍ରତିଟି ଇଟାରେ ଗରିବ ଲୋକଙ୍କ ପରିଶ୍ରମ ଯୋଡି ହୋଇ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ସହର କେବଳ ଧନୀ ଲୋକଙ୍କର ନୁହଁ। ଗରିବ ଲୋକର ମଧ୍ୟ ସ୍ବାଭିମାନ ସହ ସହରରେ ବଞ୍ଚିବାର ଅଧିକାର ରହିଛି । ସହରର ନିର୍ମାଣରେ ବ୍ୟବହୃତ ପ୍ରତିଟି ଇଟାରେ ଗରିବ ଲୋକର ପରିଶ୍ରମ ଯୋଡି ହୋଇ ରହିଛି । ସେମାନଙ୍କ ଅବଦାନକୁ ଆମେ ସମସ୍ତେ ସମ୍ମାନ ଜଣାଇବା ଉଚିତ । ଜାଗା ମିଶନ ଗରିବ ଲୋକକୁ ସମ୍ମାନ ଦେଇଛି, ନୂଆ ପରିଚୟ ଦେଇଛି  ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଛନ୍ତି।

କଳିଙ୍ଗ ଷ୍ଟାଡିୟମରେ  ଆୟୋଜିତ ଏକ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା- ୫ଟି ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜାଗା ସହ ଘର କରିବା ପାଇଁ ଆର୍ଥିକ ସହାୟତା ମଧ୍ୟ ଦିଆଯିବ। ଆସନ୍ତା ଅକ୍ଟୋବର ମାସରେ ଏହାର ଦ୍ୱିତୀୟ ପର୍ୟ୍ୟାୟ ପ୍ରମାଣ ପତ୍ର ପ୍ରଦାନ କରାଯିବ। ସହରର ସବୁ ଗରିବ ପରିବାରଙ୍କୁ ଭୂମି ଅଧିକାର ମିଳିବା ପର୍ୟ୍ୟନ୍ତ ଏ ଅଭିଯାନ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ୨୦୧୮ ମସିହାରୁ ଆରମ୍ଭ ହୋଇଥିବା ଜାଗା ମିଶନ କାର୍ୟ୍ୟକ୍ରମରେ ସହରର ବସ୍ତି ଗୁଡିକରେ ରହୁଥିବା ଗରିବ ପରିବାର ଗୁଡିକୁ ଭୂମି ଅଧିକାର ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ ଲକ୍ଷ ୭୦ହଜାରରୁ ଅଧିକ ପରିବାରକୁ ଭୂମି ଅଧିକାର ମିଳିଛି। ଆଜିର କାର୍ୟ୍ୟକ୍ରମକୁ ମିଶାଇ ରାଜ୍ୟରେ ୨ ଲକ୍ଷ ୪୦ ହଜାର ପରିବାରକୁ ଭୂମି ଅଧିକାର ମିଳିଲା। ଏହା ସହିତ ୪୦ ହଜାର ପରିବାରକୁ ଘର ତିଆରି ପାଇଁ ସହାୟତା ମଧ୍ୟ ଦିଆ ଯାଇଛି। ବସ୍ତିମୁକ୍ତ ଓଡିଶା ଗଠନ ଉଦ୍ଦେଶ୍ୟ ନେଇ ଏହି ସବୁ ବସ୍ତି ଗୁଡିକୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଦିଆଯାଇ ଏସବକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୬୮ଟି ପୌରାଞ୍ଚଳର ୧୦୧୦ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଏ କାର୍ୟ୍ୟକ୍ରମ କେବଳ ଓଡିଶା ନୁହେଁ, ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ବିକାଶର ସୁଫଳରେ ଗରିବ ଲୋକର ପ୍ରଥମ ଅଧିକାର ରହିଛି । ସହରର ରୂପାନ୍ତରରେ ଜାଗା ମିଶନ ନୂଆ ଯୁଗ ଆରମ୍ଭ କରିଛି ବୋଲି ମତ ଦେଇଥିଲେ । ଜାଗା ମିଶନର ଏହି କାର୍ୟ୍ୟକ୍ରମରେ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଗୁରୁତ୍ୱପୂର୍ଣ୍ଣ ସହଯୋଗ ଯୋଗାଇ ଦେଇଥିବରୁ ମୁଖ୍ୟମନ୍ତ୍ରୀ ଏହାକୁ ଧନ୍ୟବାଦ ଦେବା ସହିତ ଟାଟା ଷ୍ଟିଲକୁ ସମ୍ବର୍ଦ୍ଧିତ କରିଥିଲେ।ଲୋକଙ୍କ ଜୀବନରେ ରୂପାନ୍ତର ଆଣିବା ପାଇଁ ଆମର ଉଦ୍ୟମକୁ ୫ଞ ଉପକ୍ରମ ତ୍ୱରାନ୍ୱିତ କରିଛି। ଜାଗା ମିଶନ ଏହାର ଏକ ପ୍ରକୃଷ୍ଠ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ,  ସମସ୍ତଙ୍କ ସହଯୋଗରେ, ସମସ୍ତଙ୍କୁ ସାଥିରେ ନେଇ ଆମେ ଆଗକୁ ବଢୁଛୁ। ଏକ ନୂଆ ଓଡିଶା, ସଶକ୍ତ ଓଡିଶା, ରୂପାନ୍ତରିତ ଓଡିଶା ଗଢିବା ଆମର ଲକ୍ଷ୍ୟ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏହି ଲକ୍ଷ୍ୟ ପୂରଣ ଦିଗରେ ଆଜିର କାର୍ୟ୍ୟକ୍ରମ ଏକ ମାଇଲଷ୍ଟୋନ ହୋଇ ରହିବ ।ଏହି କାର୍ୟ୍ୟକ୍ରମରେ ବିଜୁ ଆଦର୍ଶ କଲୋନୀରେ ପରିଣତ ହୋଇଥିବା ୧୦୧୦ଟି କଲୋନୀ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ। କଟକ ମହାନଗର ନିଗମ, ଖୋର୍ଧା, କୋରାପୁଟ ଓ ଯାଜପୁର ପୌରାଞ୍ଚଳକୁ ବିଜୁ ଆଦର୍ଶ କଲୋନୀ ନିର୍ମାଣରେ ଉଲ୍ଲେଖନୀୟ କାର୍ୟ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଏହି ପୌରାଞ୍ଚଳକୁ ସମ୍ମାନିତ କରିଥିଲେ। ସେହିପରି ଯେଉଁଠାରେ ଆଇନଗତ କାରଣରୁ ବସ୍ତି ଲୋକଙ୍କୁ ନିଜେ ରହୁଥିବା ସ୍ଥାନରେ ଜାଗା ଦିଆଯିବା ସମ୍ଭବ ନୁହେଁର, ସେଠାରେ ସମସ୍ତଙ୍କ ସହମତିରେ ନିକଟସ୍ଥ ସ୍ଥାନରେ ଜାଗ ଦିଆଯାଇ ନୂଆ କଲୋନୀ ସ୍ଥାପନ କରାଯାଉଛି। ନୂଆ କଲୋନୀ ସ୍ଥାପନରେ ଚିକିଟି, ବୌଦ୍ଧ, ଢେଙ୍କାନାଳ ଓ କେଶିଙ୍ଗା ଉଲ୍ଲେଖନୀୟ କାର୍ୟ୍ୟ କରିଥିବାରୁ ସେମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। ଜଙ୍ଗଲ, ଜମିରେ ଘର କରିଥିବା ଗରିବ ଲୋକଙ୍କୁ ଜଙ୍ଗଲ ଅଧିକାର ଆଇନର ପ୍ରୟୋଗରେ ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ଦେବା କ୍ଷେତ୍ରରେ ଢେଙ୍କାନାଳ ଜିଲ୍ଲା ସାରା ଦେଶରେ ପ୍ରଥମ ସ୍ଥାନ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପ୍ରଶାସନକୁ ସମ୍ବର୍ଦ୍ଧିତ କରିଛନ୍ତି।

ଏହି କାର୍ୟ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀମତି ଉଷା ଦେବୀ ନିଜର ଅଭିଭାଷଣ ରଖି କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମ ଯୋଗୁ ରାଜ୍ୟର ଗରିବ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି। ସେମାନେ ଆଜି ନିଜର ଅଧିକାର ପାଇଛନ୍ତି ଓ ଆଗକୁ ବଢିବାର ସୁଯୋଗ ପାଇଛନ୍ତି। କାର୍ୟ୍ୟକ୍ରମରେ ଟାଟା ଷ୍ଟିଲ ଫାଉଣ୍ଡେସନ୍‌ର  ପରିଚାଳନା ନିର୍ଦ୍ଦେଶକ କହିଥିଲେ ଯେ, ବିଭିନ୍ନ ଜନ କଲ୍ୟାଣ କାର୍ୟ୍ୟକ୍ରମରେ ସରକାରଙ୍କୁ ସହଯୋଗ ଯୋଗାଇଦେବା ପାଇଁ ଟାଟା ଷ୍ଟିଲ ସବୁବେଳେ ପ୍ରସ୍ତୁତ। ଏପରି ଏକ କାର୍ୟ୍ୟକ୍ରମ ଟାଟା ଷ୍ଟିଲ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ ହୋଇଥିଲେ ମଧ୍ୟ ଏହି ଦାୟିତ୍ୱକୁ ଆମେ ଠିକ୍ ଭାବେ ତୁଲାଇଛୁ । ଆଗକୁ ମଧ୍ୟ ଏହିପରି ସହଯୋଗ ଜାରି ରହିବ ବୋଲି ସେ କହିଥିଲେ।ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ଜେନା,   ମୁଖ୍ୟମନ୍ତ୍ରୀଙ୍କ ୫ଞ ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭାଗର  ପ୍ରମୁଖ ସଚିବ  ଜି. ମାଥଭାତନନ୍ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଜାଗା ମିଶନର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15278
    Aug 27, 2026
  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13528
    Aug 26, 2026
  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ
    ଦେଶ-ଦେଶାନ୍ତର

    ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    14924
    Aug 27, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି
    ଦେଶ-ଦେଶାନ୍ତର

    ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15510
    Aug 26, 2026
  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ
    ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    13875
    Aug 27, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook
    ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    13993
    Aug 27, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13837
    Aug 26, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14109
    Aug 27, 2026
  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ
    ଦେଶ-ଦେଶାନ୍ତର

    ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

    15342
    Aug 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13528
    Aug 26, 2026
  • ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    13875
    Aug 27, 2026
  • ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    13993
    Aug 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17054
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17686
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17727
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18123
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14109
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13687
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15242
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15601
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16132
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14449
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15978
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14013
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14277
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

    15342
    Aug 27, 2026
  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ଜାରି

    15510
    Aug 26, 2026
  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    14924
    Aug 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In