Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ...

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ...

  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ...

  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ...

  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ...

  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ...

  • ଲଞ୍ଚ ହେବ ଏଆଇ ୟୁପିଆଇ

  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

Home ›› ››ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

2021-06-03 02:33:10
14250
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି  ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍‌ କରିବା ପାଇଁ ପରାମର୍ଶ ଦେଇଛନ୍ତି ।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ସଂପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସଂପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା ।


ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସଂପର୍କରେ ସୂଚନା ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଶାସନ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ  କାମ କରିଥିଲା ଏବଂ ଏଥିରେ ପ୍ରାୟତଃ ସଫଳ ହୋଇଛି । ସେ କହିଥିଲେ ଯେ ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ  ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସଂପତ୍ତିର କ୍ଷତି ହୋଇଛି । ସମୁଦାୟ କ୍ଷତିର ପରିମାଣ ୬୧୦ କୋଟି ଟଙ୍କା । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ସେ କହିଥିଲେ।


କୃଷି ବିଭାଗର କ୍ଷୟକ୍ଷତି ସଂପର୍କରେ ଆଲୋକପାତ କରି ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଜେନା କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସଂପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ।


ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।  ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ସେ କହିଥିଲେ ।  ୨୩୦ଟି   transformer ଆଜି ସୁଦ୍ଧା ବଦଳାଯାଇ ନୂଆ transformer  ଲଗାଯିବ ବୋଲି ସୂଚନା ଦିଆଯାଇଥିଲା ।  ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା।


ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା  ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା। ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା । ମଇ ୩୧ ସୁଦ୍ଧା ସମସ୍ତ ଟ୍ୟୁବୱେଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା।  ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ।


ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି   ସୂଚନା ଦିଆଯାଇଥିଲା।

ସେହିପରି ଜଳସଂପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସଂପର୍କରେ ସୂଚନା ଦିଆଯାଇଥିଲା। ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା ।



ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା। ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା। ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି ।



ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସଂପର୍କରେ ଦୃଷ୍ଟି ଆକର୍ଣଣ କରିଥିଲେ।



ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

Powered by Froala Editor

Tags Cycone yaas , Naveen Patnaik , chief minister Odisha

Related articles Odisha News Lens 4.1

  • ଲଞ୍ଚ ହେବ ଏଆଇ ୟୁପିଆଇ
    ଦେଶ-ଦେଶାନ୍ତର

    ଲଞ୍ଚ ହେବ ଏଆଇ ୟୁପିଆଇ

    13725
    Jun 29, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13978
    Jun 28, 2026
  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14279
    Jun 28, 2026
  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14574
    Jun 29, 2026
  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ

    14169
    Jun 29, 2026
  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ
    ଦେଶ-ଦେଶାନ୍ତର

    ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ

    13940
    Jun 29, 2026
  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ
    ଦେଶ-ଦେଶାନ୍ତର

    ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ

    14059
    Jun 29, 2026
  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14772
    Jun 29, 2026
  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...
    ଦେଶ-ଦେଶାନ୍ତର

    ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

    13599
    Jun 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ

    13940
    Jun 29, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ

    14169
    Jun 29, 2026
  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14574
    Jun 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16957
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17568
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17618
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18015
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14014
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15792
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15656
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15304
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15132
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13792
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15503
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15258
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14772
    Jun 29, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13978
    Jun 28, 2026
  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ

    14169
    Jun 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In