ଯୁବକଙ୍କୁ ହତ୍ୟା କରି ଦାଣ୍ଡରେ ପକାଇ ପଳାଇଲେ ଦୁର୍ବୃତ୍ତ

ବୌଦ୍ଧ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ତାକୁଡ ଗାଁରେ ଯୁବକଙ୍କୁ ହତ୍ୟା କରି ଗାଁ ଦାଣ୍ଡରେ ପକାଇଦେଇ ପଳାଇଲେ ଦୁର୍ବୃତ୍ତ। ମୃତ ଯୁବକ ଜଣଙ୍କ ହେଲେ ଲେଣ୍ଡି ଗାଁର ରମେଶ ବାରିକ। ରମେଶଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି।
ସୂଚନା ଅନୁଯାୟୀ, ଆଜି ସକାଳେ ଗାଁ ଦାଣ୍ଡରେ ରମେଶଙ୍କ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏ ନେଇ ବୌଦ୍ଧ ଆଦର୍ଶ ଥାନା ପୁଲିସକୁ ଖବର ଦେଇଥିଲେ। ଏହାସହ ରମେଶଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିବାକୁ ଗଲେ ରମେଶଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ପଳାଇଥିବା ସନ୍ଦେହ କରାଯାଉଛି। ରମେଶଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।
Powered by Froala Editor