ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ଵର : ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ଅକ୍ଟୋବର ୪ ଯାଏଁ ଚାଲିବ ଅଧିବେଶନ । ଏଥର ମୋଟ ୧୩ ଦିନର କାର୍ୟ୍ୟ ଦିବସ ରହିଛି । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ସେପ୍ଟେମ୍ବର ୨୧ରେ ପ୍ରଥମେ ବାଚସ୍ପତି ନିର୍ବାଚନ ହେବ। ସେପ୍ଟେମ୍ବରରେ ନାମାଙ୍କନ ଦାଖଲ ପାଇଁ ତାରିଖ ଧାର୍ୟ୍ୟ କରାଯାଇଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ନିର୍ବାଚନ ହେବା ନେଇ ସୂଚନା ମିଳିଛି । ଏହାପରେ ସେପ୍ଟେମ୍ବର ୨୨ରେ ମୌସୁମୀ ଅଧିବେଶନର ଆରମ୍ଭ ହେବ । ଏହି ଅଧିବେଶନରେ ମୋଟ ୧୩ ଦିନର କାର୍ୟ୍ୟ ଦିବସ ରହିଛି ।
ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ମେ’ ୨୨ ତାରିଖରେ ତାଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ଦିଆଯାଇଥିଲା। ଏହି ବିଭାଗ ପୂର୍ବରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ହାତରେ ଥିଲା। ନିରଞ୍ଜନ ପୂଜାରୀ ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାରା ମନ୍ତ୍ରୀ ଅଛନ୍ତି। ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ୟ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ଆସନରେ ବସିଥିଲେ ବିକ୍ରମ କେଶରୀ ଆରୁଖ।
Powered by Froala Editor