ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପ୍ରାୟ ଦୁଇ ସପ୍ତାହ ଧରି ନିୟମିତ ବର୍ଷା ଅଭାବରୁ ରାଜ୍ୟରେ ମରୁଡ଼ି ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ଆସନ୍ନ ଲଘୁଚାପ ବର୍ଷାର ଆଶା ବଢ଼଼ାଇଛି। ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଶନିବାର କିଛି ଜିଲ୍ଲାରେ ବର୍ଷା ବଢ଼଼ିବା ସହିତ ରବିବାରଠାରୁ ବର୍ଷାର ବିସ୍ତୃତି ସହିତ ଅଞ୍ଚଳୱାରୀ ମଧ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି।
Powered by Froala Editor