Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

Home ›› ››ଜି-୨୦ ବୈଠକ, ଦିଲ୍ଲୀରେ ହାଇ ଆଲର୍ଟ ଜାରି

ଜି-୨୦ ବୈଠକ, ଦିଲ୍ଲୀରେ ହାଇ ଆଲର୍ଟ ଜାରି

2023-09-02 05:04:19
15808
Share:
Facebook
Twitter
E-Mail
WhatsApp
Telegram
ଜି-୨୦ ବୈଠକ, ଦିଲ୍ଲୀରେ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ: ଚଳିତ ସେପ୍ଟେମ୍ବର ୯ ଓ ୧୦ ତାରିଖ ଦୁଇଦିନ ଧରି ଦିଲ୍ଲୀରେ ଆୟୋଜିତ ହେବାକୁ ଯାଉଛି ଜି-୨୦ ଆନ୍ତର୍ଜାତିକ ସମ୍ମିଳନୀ। ଜି-୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷ ଭାବେ ଭାରତ ଏହି ସମ୍ମିଳନୀର ଆୟୋଜନ କରୁଛି। ବୈଠକରେ ୪୩ଟି ରାଷ୍ଟ୍ରର ପ୍ରମୁଖ ନେତା ଓ ପ୍ରତିନିଧିମାନେ ଯୋଗ ଦେବେ। ବୈଠକକୁ ଆସୁଥିବା ବିଶ୍ବ ନେତାଙ୍କୁ ଉତ୍ତମ ଆତିଥେୟତା ସହିତ ସେମାନଙ୍କ ସୁରକ୍ଷା ବ୍ୟବସ୍ଥା ଲାଗି ଦିଲ୍ଲୀରେ ବ୍ୟାପକ ବ୍ୟବସ୍ଥା ଚାଲିଛି। ତେବେ ଏହି ବୈଠକକୁ ନେଇ ଦିଲ୍ଲୀବାସୀ ଏକ ପ୍ରକାର ତାଲାବନ୍ଦ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି। ବୈଠକ ପାଇଁ ଦିଲ୍ଲୀ ସହରକୁ ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏହି ତିନିଦିନ ଦିଲ୍ଲୀର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ବାଣିଜ୍ୟିକ ପ୍ରତିଷ୍ଠାନକୁ ଛୁଟି ଘୋଷଣା କରାଯାଇଛି। ସହରବାସୀଙ୍କ ଯିବା ଆସିବା ଉପରେ ବିଭିନ୍ନ ପ୍ରକାର କଟକଣା ଲାଗୁ କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ଅନେକ ରାସ୍ତାକୁ ସାଧାରଣ ଲୋକଙ୍କ ଯିବା ଆସିବା ପାଇଁ ବନ୍ଦ କରାଯାଇଛି। ଏପରିସ୍ଥିତିରେ ଦିଲ୍ଲୀବାସୀଙ୍କୁ କ୍ଷୀର, ଖାଦ୍ୟ, ପନିପରିବା, ଔଷଧ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଓ ସେବା ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସ୍ଥାନୀୟ ଅଞ୍ଚଳରେ ରେସନ, ଔଷଧ, ପନିପରିବା ଓ କ୍ଷୀର ଦୋକାନଗୁଡିକ ଅସ୍ଥାୟୀ କଟକଣା ମଧ୍ୟରେ ଖୋଲା ରଖିବାକୁ ଅନୁମତି ଦିଆଯାଇଛି। ଏହିସବୁ ଦୋକାନରୁ ଲୋକେ ନିଜର ଆବଶ୍ୟକ ଜିନିଷ କିଣିପାରିବେ। ଜି-୨୦ ବୈଠକକୁ ନେଇ ଦିଲ୍ଲୀବାସୀ ଯେଉଁ ଅସୁବିଧାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବରୁ କ୍ଷମା ମାଗିବା ସହିତ ସହଯୋଗ ପାଇଁ ନିବେଦନ କରିସାରିଛନ୍ତି। ଜି-୨୦ ବୈଠକ ପାଇଁ ସେପ୍ଟେମ୍ବର ୭ରେ ପୂର୍ବାଭ୍ୟାସ କରାଯିବ। ଏହି ସମୟରେ ମଧ୍ୟ ଦିଲ୍ଲୀର ଅନେକ ରାସ୍ତାକୁ ସାମୟିକ ବନ୍ଦ କରାଯିବ।

ଅନ୍ୟପଟେ ଜି-୨୦ ବୈଠକ ପାଇଁ ଦିଲ୍ଲୀ ସହରରେ ହାଇ ଆଲର୍ଟ ଜାରି କରାଯାଇଛି। ସାରା ସହରରେ ସୁରକ୍ଷା ବ୍ୟବସ୍ଥା ପାଇଁ ୧ଲକ୍ଷ ୩୦ହଜାର ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ସୁରକ୍ଷାବାହିନୀଙ୍କ ମଧ୍ୟରେ ଅଛନ୍ତି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ) ଓ ଜାତୀୟ ସୁରକ୍ଷା ଗାର୍ଡ (ଏନଏସଜି)। ଏମାନଙ୍କୁ ସହାୟତା କରିବେ ଦିଲ୍ଲୀ ପୁଲିସ। ସୁରକ୍ଷା ଦାୟିତ୍ବରେ ଅଛନ୍ତି ଦିଲ୍ଲୀ ପୁଲିସର ସ୍ବତନ୍ତ୍ର କମିସନର ଦୀପେନ୍ଦ୍ର ପାଠକ। ପାଠକ କହିଛନ୍ତି ଯେ ଏହା ଆମ ପାଇଁ ଏକ ଐତିହାସିକ ମୁହୂର୍ତ୍ତ। ଆକାଶ ମାର୍ଗର ସୁରକ୍ଷା ନିମନ୍ତେ ବାୟୁସେନାକୁ ମୁତୟନ କରାଯାଇଛି। ଏହା ସହିତ ୪୦୦ ଅଗ୍ନି ନିରାପତ୍ତା କର୍ମଚାରୀ ମୁତୟନ ହୋଇଛନ୍ତି। ବୈଠକକୁ ଆସୁଥିବା ଅତିଥିଙ୍କ ନିମନ୍ତେ ସରକାର ୨୦ଟି ବୁଲେଟ ପ୍ରୁଫ୍ ଲିମୋସିନ କାର ଭଡାରେ ଆଣିଛନ୍ତି। ଏହି ବର୍ଗର ଗୋଟିଏ କାର୍‌ର ଦାମ ୧୮ କୋଟି ଟଙ୍କା। ଗାଡି ଚଳାଇବା ପାଇଁ ସିଆରପିଏଫ୍‌ର ୪୫୦ ଚାଳକ ନିୟୋଜିତ ହୋଇଛନ୍ତି। ବୈଠକକୁ ଆସୁଥିବା ବିଶ୍ବ ନେତାଙ୍କ ପତ୍ନୀମାନଙ୍କ ସୁରକ୍ଷା ନିମନ୍ତେ ବିଭିନ୍ନ ଅର୍ଦ୍ଧସାମରିକ ବାହିନୀର ମହିଳା କମାଣ୍ଡୋମାନଙ୍କୁ ନିୟୋଜନ କରାଯାଇଛି।

Powered by Froala Editor

Tags G-20 meeting

Related articles Odisha News Lens 4.1

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15371
    Jul 09, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13708
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15463
    Jul 08, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15597
    Jul 09, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14676
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    14024
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14654
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15763
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13858
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15463
    Jul 08, 2026
  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14676
    Jul 08, 2026
  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14654
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15439
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15592
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15397
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15263
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14686
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14927
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    14024
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15463
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14654
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In