୪୧ଲକ୍ଷ ୧୬ହଜାର ଟଙ୍କାର ଜାଲ ନୋଟ ଜବତ କଲା ଏସଟିଏଫ
ଭୁବନେଶ୍ୱର: ୪୧ଲକ୍ଷ ୧୬ହଜାର ଟଙ୍କାର ଜାଲ ନୋଟ ଜବତ କରିଛି ଏସଟିଏଫ । ସୋନପୁରରୁ ୪୦ଲକ୍ଷ ଟଙ୍କା ଜାଲ ନୋଟ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି ଏସଟିଏଫ । ଗିରଫ ଅଭିଯୁକ୍ତଙ୍କ ନାଁ ଦୀପକ ମେହର ଓ ସେ ସୋନପୁର ବାସିନ୍ଦା ବୋଲି ଜଣାପଡିଛି ।
ଗିରଫ ପରେ ଅଭିଯୁକ୍ତକୁ ବିରମହାରାଜପୁର ଏସଡିଜେଏମ କୋର୍ଟରେ ହାଜର କରାଯାଇଛି । ତେବେ ଘଟଣାସ୍ଥଳରୁ ଜାଲ ନୋଟ ପ୍ରସ୍ତୁତ ସଂରଜାମ ମଧ୍ୟ ଜବତ କରାଯାଇଛି । ରାଜ୍ୟବାହାରକୁ ଜାଲ ନୋଟ ରାକେଟ ଚେର ଲମ୍ବିଥିବା ସହେନ୍ଦ କରାଯାଉଛି । ଛତିଶଗଡକୁ ନୋଟ ଗୁଡିକ ଚାଲାଣ ହେଉଥିବା ମଧ୍ୟ ସହେନ୍ଦ କରାଯାଉଛି । ତେବେ ଜବତ ନୋଟଗୁଡିକ ଯାଂଚ ପାଇଁ ପଶ୍ଚିମବଙ୍ଗ ରିଜର୍ଭ ବ୍ୟାଙ୍କ ମୁଦ୍ରଣ ପ୍ରେସକୁ ପଠାଯାଇଥିବା ସୂଚନା ମିଳିଛି ।
Powered by Froala Editor