ହସ୍ପିଟାଲରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ: ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ । ଜ୍ବରର ସାମାନ୍ୟ ଲକ୍ଷଣ ଦେଖା ଦେବାରୁ ଆଜି ତାଙ୍କୁ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି । ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି । ବର୍ତ୍ତମାନ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ରହିଛନ୍ତି ସୋନିଆ ଗାନ୍ଧୀ ।
ଏହା ପୂର୍ବରୁ ଚଳିତ ବର୍ଷ ମାର୍ଚ୍ଚ ୩ ତାରିଖରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ସୋନିଆ ଗାନ୍ଧୀ । ଜ୍ବର,କାଶ ଓ କଫ ଜନିତ ସମସ୍ୟା ଯୋଗୁଁ ତାଙ୍କୁ ସାର୍ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ସେ ଘରକୁ ଫେରିଥିଲେ । ମାତ୍ର ପୁଣି ଜ୍ବରର ଲକ୍ଷଣ ଦେଖା ଦେବାରୁ ଆଜି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ଗତବର୍ଷ ଜୁନରେ ସୋନିଆ କୋଭିଡରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାପରେ ଜୁନ୍ ୧୨ରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
Powered by Froala Editor