ଶପଥ ଗ୍ରହଣ କଲେ ଦୁଇ ନୂତନ ବିଚାରପତି
କଟକ: ଓଡ଼ିଶା ହାଇକୋର୍ଟର ଦୁଇ ନୂତନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଏକ ବର୍ଣ୍ଣାଢ଼୍ୟ ଉତ୍ସବ ଶପଥପାଠ କରାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର। ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି।
ଉଲ୍ଲେଖଯୋଗ୍ୟ, ୨୦୨୩ ଅଗଷ୍ଟ ୧୭ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବିଶିଷ୍ଟ ଆଇନଜୀବୀ ଶ୍ରୀ ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ବେହେରାଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା।
Powered by Froala Editor