୧୩ ରୁ ୧୫ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୩ରେ ଏହା ଲଘୁଚାପରେ ପରିଣତ ହେବ । ୧୩ ରୁ ୧୫ ଯାଏ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।
ସେପ୍ଟେମ୍ବର ୧୧ ତାରିଖ ଯାଏ ଓଡ଼ିଶାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ପରେ ବର୍ଷା ବଢ଼ିପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି । ୧୬ରୁ ବର୍ଷା ପରିମାଣ କମିବ । ପଶ୍ଚିମ ଓଡ଼ିଶାର ଗୋଟିଏ ବା ୨ଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରି କହିଛି, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୧୨ରୁ ୧୫ ଯାଏ ବର୍ଷା ବଢ଼ିବ । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି । ଶନିବାର ରାଜ୍ୟର କାଁ ଭାଁ ସ୍ଥାନରେ ବର୍ଷା ହୋଇଛି । କେନ୍ଦ୍ରାପଡ଼ାରେ ୧୧.୨, ଜଗତସିଂହପୁରରେ ୨.୪ ଓ ଭଦ୍ରକରେ ୨.୪ମିମି ବର୍ଷା ହୋଇଛି । ଲଘୁଚାପ ବର୍ଷା ସତ୍ତେ୍ୱ ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି ।
Powered by Froala Editor