୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ଵର : ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଅକ୍ଟୋବର ୧୦ ଆବେଦନର ଶେଷ ତାରିଖ।
ଏହି ବ୍ୟାପକ ନିଯୁକ୍ତି ପ୍ରକ୍ରିୟା ଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ । ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ। ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍ଲାଇନରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ପ୍ରାର୍ଥୀ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ୟ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପା ୱେବସାଇଟ୍ରେ ନିଯୁକ୍ତି ସମ୍ବନ୍ଧୀତ ସମସ୍ତ ତଥ୍ୟ ପ୍ରଦାନ କରାଯିବ ।
Powered by Froala Editor