ଚଳିତ ବର୍ଷ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ, ଏହି ନିଷ୍ପତ୍ତିକୁ ବିଜେଡିର ସ୍ୱାଗତ
ଭୁବନେଶ୍ଵର : ଚଳିତ ବର୍ଷ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ। ଉଚ୍ଚଶିକ୍ଷା ବିଭାଗର ଏକାଡେମିକ ତାଲିକାରେ ନିର୍ବାଚନ ନଥିବାରୁ ହେବନାହିଁ ନିର୍ବାଚନ। ୨୦୧୮ରୁ ବନ୍ଦ ରହିଛି ଛାତ୍ର ସଂସଦ ନିର୍ବାଚନ।
ଶିକ୍ଷା ଅନୁଷ୍ଠାନରେ ନିର୍ବାଚନ ହେବା ଦ୍ଵାରା ଶୈକ୍ଷିକ ବାତାବରଣ ନଷ୍ଟ ହେବା ସହ ପାଠପଢ଼ାରେ ବାଧା ସୃଷ୍ଟି ହୁଏ। ସଠିକ୍ ସମୟରେ ୟୁଜି ଓ ପିଜି ପିଲାଙ୍କ ରେଜଲ୍ଟ ପ୍ରକାଶ ପାଏ ନାହିଁ। ସେଥିପାଇଁ ଉଚ୍ଚ ଶିକ୍ଷା ବିଭାଗ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛି। ହେଲେ କ୍ୟାମ୍ପସ କମିଟି ଏବେ ବି ଜାରି ରହିଛି। ଉଚ୍ଚ ଶିକ୍ଷା ବିଭାଗର ଏହି ନିଷ୍ପତ୍ତି ବିଜୁ ଛାତ୍ର ଜନତା ଦଳ ସ୍ବାଗତ କରୁଛି ବୋଲି କହିଛନ୍ତି ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ।
Powered by Froala Editor