ପ୍ରବଳ ବର୍ଷା : ଏହି ସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ଭୁବନେଶ୍ୱର: ୧୩ ତାରିଖ ପାଇଁ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି । କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ । ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୨୦୦ମିମି ଯାଏ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସତର୍କ କରାଇଛି । ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ଘର ଓ ରାସ୍ତା କ୍ଷତିଗ୍ରସ୍ତ ହୋଇପାରେ । ବର୍ଷା ଯୋଗୁ ନଦୀ ଜଳସ୍ତର ବଢ଼ିପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଅଛି । ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ୧୪ ତାରିଖରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ୭୦ରୁ ୨୦୦ମିମି ବର୍ଷା ହୋଇପାରେ । ମାଲକାନଗିରି, ବରଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୫ରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
Powered by Froala Editor