ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ ଡ. ବିଜୟ ସାହୁଙ୍କ ପରଲୋକ
ରାଜ୍ୟ ସରକାରଙ୍କ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ ଡ. ବିଜୟ ସାହୁଙ୍କ ୫୭ ବର୍ଷ ବୟସରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ବିଜୟ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ଠାରେ କରୋନା ଜନିତ ଅନେକ ଜଟିଳତା ଦେଖା ଦେଇଥିଲା ଓ ସେ ଗୁରୁତର ହୋଇଯାଇଥିଲେ। ଏହାପରେ ତାଙ୍କୁ ଏକ ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦର ଏକ ଘରୋଇ ହସପିଟାଲକୁ ନିଆଯାଇଥିଲା ଓ ସେଠାରେ ତାଙ୍କର ଦେହାନ୍ତ ହୋଇଛି।
ଡ. ବିଜୟ ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ଓ ତାଙ୍କ ପରିବାରଲୋକଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ବିଜୟ ସାହୁଙ୍କ ପ୍ରତିଭା ଏବଂ ପରାକାଷ୍ଠାକୁ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି । ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ଅବିସ୍ମରଣୀୟ ଏବଂ ପ୍ରଶଂସନୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।
Powered by Froala Editor