Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ...

  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ...

  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

  • ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ...

  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ...

  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ...

  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ...

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ...

  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

Home ›› ››ରଞ୍ଜନ ପଲେଇଙ୍କ ନେତୃତ୍ୱରେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ବିଜେଡିରେ ସାମିଲ

ରଞ୍ଜନ ପଲେଇଙ୍କ ନେତୃତ୍ୱରେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ବିଜେଡିରେ ସାମିଲ

2023-09-13 11:26:18
15869
Share:
Facebook
Twitter
E-Mail
WhatsApp
Telegram
ରଞ୍ଜନ ପଲେଇଙ୍କ ନେତୃତ୍ୱରେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ବିଜେଡିରେ ସାମିଲ

ଭୁବନେଶ୍ୱର : କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ଗତ ନିର୍ବାଚନରେ ବିଜେପି ବିଧାୟକ ପ୍ରାର୍ଥି ତଥା ରାଜ୍ୟ କାଉନସିଲ ସଦସ୍ୟ ରଞ୍ଜନ ପଲେଇଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ଆଜି ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ଅବସରରେ ବିଜେଡି ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଓ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଉପସ୍ଥିତ ରହି ଶ୍ରୀ ପଲାଇ ଓ ସମସ୍ତ ବିଜେପି କର୍ମକର୍ତ୍ତା ଓ କର୍ମୀଙ୍କୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।


ଏହି ଅବସରେ ଶ୍ରୀ ପଲାଇ କହିଛନ୍ତି ଯେ, ବିଜୁ ଜନତା ଦଳରେ ଦୀର୍ଘ ଦିନ ଧରି କାର୍ଯ୍ୟ କରିଥିଲେ ମଧ୍ୟ ଗୋପାଳପୁର ବିଧାୟକ ପ୍ରଦୀପ ପାଣୀଗ୍ରାହୀଙ୍କ ବ୍ୟବହାର ଏବଂ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ୨୦୧୭ରେ ବିଜେପିରେ ଯୋଗ ଦେଇଥିଲି । କିନ୍ତୁ ରାଜ୍ୟର ସ୍ୱାର୍ଥ ପାଇଁ ଲଢେଇ କରିବା ପରିବର୍ତ୍ତେ ଓଡିଶା ବିଜେପି ନେତାମାନେ ନିଜ ନିଜ ସ୍ୱାର୍ଥ ପାଇଁ ପରସ୍ପର ଭିତରେ ଲଢେଇ ଜାରି ରଖିଥିବା ଅନୁଭବ କରି ଦଳରୁ ଇସ୍ତଫା ଦେଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେବା ପାଇଁ ନିଷ୍ପତ୍ତି ନେଲି । ମୋ ସହ କବିସୂର୍ଯ୍ୟନଗର ଏବଂ ଜିଲ୍ଲାର ଶତାଧିକ ବିଜେପି କର୍ମକର୍ତ୍ତା ଆଜି ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ଗ୍ରହଣ କରିଥିବାରୁ ଶ୍ରୀ ପଲାଇ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।


ଏହି ମିଶ୍ରଣ ପର୍ବରେ ବିଜେପି ଛାଡି ବିଜେଡିରେ ମିଶିଥିବା କର୍ମକର୍ତ୍ତାମାନେ ହେଲେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଭ୍ୟ ବାଂଛାନିଧି ରାଉତ, ମଣ୍ଡଳ ସଭାପତି ସର୍ବଶ୍ରୀ ଅଶୋକ ସାହୁ, ଅଶୋକ ପ୍ରଧାନ, ମୀନକେତନ ପାଣିଗ୍ରାହୀ, ସୁଦର୍ଶନ ସାହୁ, ବିଜେପି ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ପ୍ରଶାନ୍ତ ସାହୁ, ବିଜେପି ଜିଲ୍ଲା କୃଷକ ମୋର୍ଚ୍ଚା ପ୍ରହ୍ଲାଦ ସାହୁ, ସନ୍ତୋଷ ମିଶ୍ର, ବିଭୁନନ୍ଦନ ମହାପାତ୍ର, ବଳରାମ ପ୍ରଧାନ, ପ୍ରହ୍ଲାଦ ଜେନା, ବନମାଳୀ ସ୍ୱାଇଁ, ନରୋତ୍ତମ ସାହୁ, ଅକ୍ଷୟ କୁମାର କର, ବିଜେପି ଯୁବମୋର୍ଚ୍ଚା ମଣ୍ଡଳ ସଭାପତି ମିଟୁ ସ୍ୱାଇଁ, ବିମଳ କୁମାର ସ୍ୱାଇଁ, ବନବୀର ସ୍ୱାଇଁ, ବିଜେପି ମହିଳା ମୋର୍ଚ୍ଚା ମଣ୍ଡଳ ସଭାପତି ଇ.ଲଳିତା ପାତ୍ର, ବୃନ୍ଦାବନ କହଣ, ସନ୍ତୋଷ କୁମାର ନାୟକ, ପ୍ରକାଶ ଦୋରା, ଲକ୍ଷ୍ମୀପ୍ରିୟା ସ୍ୱାଇଁ, ବସନ୍ତ ବେହେରା, ସୀମାଞ୍ଚଳ ବେହେରା, ସଂଗୀତା କର, ଇ.କ୍ରିଷ୍ଣାମୂର୍ତ୍ତୀ ପାତ୍ର ଓ ସାଜିଦ ପଲେଇ ସହ ଶତାଧିକ ବିଜେପି କର୍ମକର୍ତ୍ତା ପ୍ରମୁଖ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ମୁଖପାତ୍ର ଡ.ପ୍ରିୟବ୍ରତ ମାଝୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ବେଳେ ମୁଖପାତ୍ର ତୁମ୍ବନାଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । 

Powered by Froala Editor

Tags biju janata dal , bjd

Related articles Odisha News Lens 4.1

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି
    ବିଶେଷ

    ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14365
    May 21, 2026
  • ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ
    ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13421
    May 21, 2026
  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା
    ଦେଶ-ଦେଶାନ୍ତର

    ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15520
    May 21, 2026
  • ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’
    ମନୋରଞ୍ଜନ

    ଅଫିମ ଯୁଦ୍ଧର କଳା କାହାଣୀ ନେଇ ଆସୁଛି ‘ଡ୍ରାଗନ’

    15492
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14781
    May 20, 2026
  • ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା :  ମୁଫତେଶକୁ ଏନକାଉଣ୍ଟର
    ଅପରାଧ

    ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା : ମୁଫତେଶକୁ ଏନକାଉଣ୍ଟର

    14623
    May 21, 2026
  • ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା
    ଦେଶ-ଦେଶାନ୍ତର

    ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା

    13502
    May 21, 2026
  • ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15059
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ
    ଦେଶ-ଦେଶାନ୍ତର

    ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14084
    May 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବନ୍ଧୁକ ମୁନରେ ଅପହରଣ କରି ପଞ୍ଜାବୀ ଗାୟିକାଙ୍କୁ ହତ୍ୟା

    15059
    May 21, 2026
  • ଦେଶ-ଦେଶାନ୍ତର

    ବେଙ୍ଗାଲୁରୁ ବିମାନବନ୍ଦରରେ ଟଳିଲା ବଡ଼ ଦୁର୍ଘଟଣା, ୧୮୧ ଯାତ୍ରୀ ସୁରକ୍ଷିତ

    13421
    May 21, 2026
  • ଦେଶ-ଦେଶାନ୍ତର

    ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା

    13791
    May 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16871
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17486
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17538
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17922
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14365
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14134
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14416
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15480
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15089
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15412
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15151
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15644
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13974
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରେକର୍ଡ ଭାଙ୍ଗିଲା ଉତ୍ତରପ୍ରଦେଶ ତାତି, ୪୭ ଡିଗ୍ରୀ ଟପିଲା

    15520
    May 21, 2026
  • ମୋଦି-ମେଲୋଡି ଭିଡିଓକୁ ସର୍ବାଧିକ ଲାଇକ

    14084
    May 21, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14781
    May 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In