ହୀରାକୁଦ ଖୋଲିଲା ଆଉ ୮ଟି ଗେଟ୍
ଭୁବନେଶ୍ୱର: ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲା ଯାଇଛି । ମୋଟ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି । ଗତକାଲି ୨ଟି ଗେଟ୍ ଖୋଲିଥିଲା । ହୀରାକୁଦକୁ ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୭୨ ହଜାର ୧୯୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ସକାଳ ୬ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୭୧ ଫୁଟ୍ ରହିଛି ।
ଅନ୍ୟପକ୍ଷରେ ବୁଧବାର ସୃଷ୍ଟ ଲଘୁଚାପ ଏବେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିବା ସହ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଲଘୁଚାପ ସହ ଜଡ଼ିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହା ଆଗାମୀ ୨ ଦିନ ଯାଏଁ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି ।ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ସକାଳ ସାଢ଼େ ୮ଟା ସୁଦ୍ଧା କେନ୍ଦ୍ରାପଡ଼ା ୧୩୨.୪ ମିଲିମିଟର ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ାରେ ୭୬.୮ ମିଲିମିଟର, ଭୁବନେଶ୍ୱରରେ ୫୫ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ଆଜି ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ । ଉପରମୁଣ୍ଡରେ ବର୍ଷା ବଢ଼ିବ । କିଛି ନଦୀରେ ଜଳସ୍ତର ବଢ଼ିପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି ।
Powered by Froala Editor