ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ୨ ଆତଙ୍କୀ ନିପାତ
ଶ୍ରୀନଗର: ଜମ୍ମୁ-କାଶ୍ମୀର ବାରମୂଲା ଜିଲ୍ଲାର ଉରିରେ ଶନିବାର ସକାଳୁ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଯାଇଛି । ଉରି ସେକ୍ଟରର ହାଥଲଙ୍ଗା ଅଞ୍ଚଳରେ ସେନା ଓ ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି । ଏହି ଗୁଳି ବିନିମୟରେ ୨ ଜଣ ଆତଙ୍କୀ ନିପାତ ହୋଇଥିବା ଜଣାପଡିଛି । ସେନା ସହ ବାରମୂଲା ପୋଲିସ ଏହି ମିଳିତ ଅପରେସନର ସାମିଲ ରହିଛି । ସମଗ୍ର ଅଞ୍ଚଳକୁ ସମ୍ପୂର୍ଣ୍ଣ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ ଜାରି ରହିଛି । ଏନେଇ କାଶ୍ମୀର ଜୋନ ପୋଲିସ ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ସୂଚନା ଦିଆଯାଇଛି ।
ସୂଚନା ଅନୁଯାୟୀ, ଉରି ହାଥଲାଙ୍ଗ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସେନାକୁ ଖବର ମିଳିଥିଲା । ଏହାପରେ ସ୍ଥାନୀୟ ପୋଲିସ ସହ ସୁରକ୍ଷାବାହିନୀ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାବଳ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ । ଏହାର ପାଲଟା ଜବାବ ଦେଇଥିଲା ସୁରକ୍ଷାବାହିନୀ । ଏହି ଗୁଳି ବିନିମୟରେ ପୂର୍ବରୁ ଜଣେ ଆତଙ୍କୀର ମୃତ୍ୟୁ ହୋଇଥିବା ଖବର ମିଳିଥିବା ବେଳେ ଏବେ ଆଉ ଜଣେ ଆତଙ୍କୀ ଟଳିଛି ।
ସେପଟେ ଆଜି ଚତୁର୍ଥ ଦିନରେ ମଧ୍ୟ ଅନନ୍ତନାଗରେ ଏନକାଉଣ୍ଟର ଜାରି ରହିଛି । କୋକେରନାଗ ଜଙ୍ଗଲରେ ସେନା ଓ ଜମ୍ମୁ-କାଶ୍ମୀର ପୋଲିସ ମିଳିତ ସର୍ଚ୍ଚ ଅପରେସନ ଚଳାଇଛନ୍ତି
Powered by Froala Editor