ଆଜି ବିଶ୍ୱକର୍ମା ପୂଜା
ଭୁବନେଶ୍ୱର: ଆଜି ହେଉଛି ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି ।ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜ୍ୟରେ କୋଭିଡ କଟକଣା ମଧ୍ୟରେ ଶିଳ୍ପ ନଗରୀରେ ବିଶ୍ୱକର୍ମାଙ୍କ ପୂଜା ନିରାଡ଼ମ୍ବ ଭାବେ ପାଳନ କରାଯାଉଛି । ବିଶେଷ କରି ଶିଳ୍ପ କାରଖାନା ମାନଙ୍କରେ ବିଶ୍ୱକର୍ମାଙ୍କ ପୂଜା ପାଳନ କରାଯାଉଛି ।
ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୁତ ହୋଇଥିଲେ ଦେବଶିଳ୍ପୀ ବିଶ୍ୱକର୍ମା । ତ୍ୱଷ୍ଟା ନାମରେ ସେ ବିଦିତ । ଦିବ୍ୟ ବସ୍ତ୍ର ପରିହିତ, ନାନାଦି ରତ୍ନାଳଙ୍କାରରେ ବିଭୂଷିତ । ସେ ମହାଜ୍ଞାନୀ, କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର, ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ । ପ୍ରଜାପତି ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ବୋଲି ପୁରାଣରେ ବର୍ଣ୍ଣନା ରହିଛି । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ସେ ସୃଷ୍ଟି ସର୍ଜନା କରିଥିଲେ । ସେ ସକଳ ଶିଳ୍ପକଳାର ଜନକ ।
ସେଥିପାଇଁ ବିଭିନ୍ନ ଶିଳ୍ପାନୁଷ୍ଠାନମାନଙ୍କରେ କନ୍ୟା ସଂକ୍ରାନ୍ତିରେ ବିଶ୍ୱକର୍ମା ପୂଜା କରାଯାଏ ।
Powered by Froala Editor