ଘୂର୍ଣ୍ଣିବଳୟ ସୃଷ୍ଟି: ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର: ୧୯ ତାରିଖ ଅର୍ଥାତ୍ ଗଣେଷ ପୂଜା ଠାରୁ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ । ୨୦ ଓ ୨୧ ତାରିଖରେ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) କହିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁସାରେ, ୧୮ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ୧୯ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୨୦ ଓ ୨୧ରେ ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।
ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୧୯ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେବ । ୨୧ ତାରିଖ ସୁଦ୍ଧା ସ୍ଥଳଭାଗରେ ପହଞ୍ଚିବ । ୨୦ ତାରିଖ ଠାରୁ ୨୨ ଭିତରେ ଅଧିକ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।
Powered by Froala Editor