ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ: ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟା। ନୂଆଦିଲ୍ଲୀ ଲୋଧି ରୋଡ୍ ସ୍ଥିତ ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବଡ଼ ଭାଇ ପ୍ରେମ ପଟ୍ଟନାୟକ ଏବଂ ଅନ୍ୟ ଆତ୍ମୀୟ ସ୍ଵଜନ ଉପସ୍ଥିତ ଅଛନ୍ତି।
ବିିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ୮୦ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଥିଲା। ଗୀତା ମେହେଟ୍ଟା ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ। ଗୀତାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କର ୨୦୧୯ରେ ଦେହାନ୍ତ ହୋଇଥିଲା। ଗୀତା ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ଫେରାଇ ଚର୍ଚ୍ଚାରେ ରହିଥିଲେ। ଯଦିଓ ଗୀତା ଆଗରୁ ଆମେରିକାରେ ରହୁଥିଲେ, ସ୍ବାମୀଙ୍କ ଦେହାନ୍ତ ପରେ ସେ ଆମେରିକା ଛାଡ଼ି ଦିଲ୍ଲୀ ଚାଲି ଆସିଥିଲେ। ଦିଲ୍ଲୀରେ ଜନ୍ମ ହୋଇଥିବା ଗୀତା ଏକାଧାରରେ ଜଣେ ଲେଖିକା, ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାତା ଓ ସାମ୍ବାଦିକା ଥିଲେ।
Powered by Froala Editor