ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଆଜି ନିଜ ମନ୍ତ୍ରୀ ପଦରୁ ଇସ୍ତାଫା ଦେଇଛନ୍ତି। ବିଞ୍ଝାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରମିଳା ମଲ୍ଲିକ । ୧୯୯୦, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ବିଞ୍ଝାରପୁର ଆସନରୁ ସେ ବିଧାୟିକା । ୧୯୯୦ରେ ପ୍ରଥମେ ଜନତା ଦଳରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ପ୍ରମିଳା । ୨୦୦୦ ମସିହାରୁ କ୍ରମାଗତ ଭାବେ ସେ ବିଜେଡିରୁ ବିଧାୟିକା ଭାବେ ଜିତିଛନ୍ତି |
ଆସନ୍ତାକାଲି ସକାଳ ୯ଟାରେ ବିଧାନସଭାରେ ବାଚସ୍ପତି ପଦବୀ ପାଇଁ ନିର୍ବାଚନ ହେବ। ବିଧାନସଭାରେ ଅନ୍ୟ କୌଣସି ଦଳ ବାଚସ୍ପତି ପଦବୀ ପାଇଁ ପ୍ରାର୍ଥୀ ଦେଉ ନ ଥିବାରୁ ଏବଂ ବିଜେଡି ସଂଖ୍ୟାଗରିଷ୍ଠ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ରହିଛି। ଏଥିସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ।
ଏହିଠାରେ ସୂଚନା ଯେ ,ଗତ ଜୁନ୍ ୩ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରଠାରୁ ଉକ୍ତ ପଦବୀ ଖାଲିପଡ଼ିଛି। ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂ ଏବେ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଉଛନ୍ତି।
Powered by Froala Editor