ସୁଦାମ ମାର୍ଣ୍ଡିଙ୍କ ହାତରେ ଏବେ ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ
ବାଚସ୍ପତି ପଦ ପାଇଁ ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ଦେବା ପରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଦିଆଯାଇଛି ରାଜସ୍ୱ ବିଭାଗ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ମିଳିଛି।ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି।
ସୂଚନା ଯୋଗ୍ୟ , ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ। ବିଧାନସଭା ସଚିବଙ୍କ ନିକଟରେ ସେ ନାମାଙ୍କନ ଭରିଛନ୍ତି। ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡିର ମନ୍ତ୍ରୀ ଓ ବିଧାୟକ ମାନେ ଉପସ୍ଥିତ ଥିଲେ।
Powered by Froala Editor