ବିଜେଡିରୁ ବହିଷ୍କୃତ ହେଲେ ସୌମ୍ୟରଂଜନ
ଭୁବନେଶ୍ୱର : ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ବିଜେଡିରୁ ବହିଷ୍କୃତ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ତାଙ୍କୁ ବହିଷ୍କାର କରାଯାଇଛି। ଜନ ବିରୋଧୀ କାର୍ୟ୍ୟ ପାଇଁ ଦଳ ଏହି ପଦକ୍ଷେପ ନେଇଥିବା କହିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ବହିଷ୍କାର କରାଯାଇଥିବା ଦଳୀୟ ପ୍ରେସ୍ ରିଲିଜ୍ରେ କୁହାଯାଇଛି।
ଏହି ଠାରେ ସୂଚନା ଯେ , ସେପ୍ଟେମ୍ବର ୧୨ ତାରିଖରେ ସୌମ୍ୟଙ୍କୁ଼ ବିଜେଡି ଦଳର ଉପସଭାପତି ପଦରୁ ବହିଷ୍କାର କରାଯାଇଥିଲା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ସେଥିରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଉପସଭାପତି ପଦରୁ ହଟାଇ ଦିଆଯାଇଥିବା ଉଲ୍ଲେଖ କରାଯାଇଥିଲା।
Powered by Froala Editor