ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍
ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ଆସନ୍ତା ୨୪ ତାରିଖରୁ ପୁରୀରୁ ରାଉଲକେଲା ମଧ୍ୟରେ ଚାଲିବ ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ। ଦକ୍ଷିଣପୂର୍ବ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି।
ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସପ୍ତାହକୁ ୬ ଦିନ ଚଳାଚଳ କରିବ। ଏହା ସକାଳ ୫ଟାରୁ ପୁରୀ ଷ୍ଟେସନରୁ ଛାଡିବାକୁ ଥିବା ବେଳେ ଦିନ ୧୨ଟା ୪୫ ମିନିଟରେ ରାଉରକେଲା ଷ୍ଟେସନରେ ପହଞ୍ଚିବ। ସେହିପରି ଫେରିବା ମାର୍ଗରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ୍ ଅପରାହ୍ନ ୨ଟା ୧୦ରେ ରାଉଲକେଲା ଛାଡ଼ିବ ଓ ରାତି ୯ଟା ୪୦ ମିନିଟରେ ପୁରୀ ଷ୍ଟେସନରେ ପହଞ୍ଚିବ। ଏହି ଟ୍ରେନଟି ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଳପୁର ସିଟି ଓ ଝାରସୁଗୁଡା ଷ୍ଟେସନରେ ରହଣି କରିବ।
Powered by Froala Editor